Indus Valley Times

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ହିଂସା ଘଟଣା, ୨୫ ରୁ ଅଧିକ ଆନ୍ଦୋଳନକାରୀ ଅଟକ

 Breaking News

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ହିଂସା ଘଟଣା, ୨୫ ରୁ ଅଧିକ ଆନ୍ଦୋଳନକାରୀ ଅଟକ

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ହିଂସା ଘଟଣା, ୨୫ ରୁ ଅଧିକ ଆନ୍ଦୋଳନକାରୀ ଅଟକ
April 13
09:51 2023

ସମ୍ବଲପୁର,୧୩/୪ : ହନୁମାନ ଜୟନ୍ତୀ ପୂର୍ବରୁ ସମ୍ବଲପୁରରେ ଜାରି ହୋଇଛି ୧୪୪ ଧାରା। ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଆସନ୍ତାକାଲି ହନୁମାନ ଜୟନ୍ତୀ ଥିବାରୁ କୌଣସି ବିଶୃଙ୍ଖଳା ପରିସ୍ଥତି ନ ଘଟିବା ପାଇଁ ପ୍ରାଶସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।
ସୂଚନା ଅନୁସାରେ, ଗତକାଲି ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଧନୁପାଲି ଛକରୁ ରାଲି ଗଲା ବେଳେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ଏହାକୁ ଅଟକାଇବାକୁ ଚେଷ୍ଟା କରିବା ବେଳେ ପୁଲିସ ଉପରେ ଉତ୍ତ୍ୟକ୍ତ ଲୋକମାନେ ପଥର ମାଡ଼ କରିଥିଲେ। ଏହାସହ ଉତ୍ତ୍ୟକ୍ତ ଲୋକେ ଦୋକାନ ଜାଳିବା ସହ କାର୍, ବାଇକ ଜାଳି ଦେଇଥିଲେ।
ପଥମାଡରେ ଅତିରିକ୍ତ ଏସ୍ ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ୨୫ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି । କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ଘଟଣାସ୍ଥଳରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବା ଲାଗି ଜିଲ୍ଲା ସ୍କୁଲ ଛକରେ ପୁଲିସ ପକ୍ଷରୁ ମୃଦୁ ଲାଠି ମାଡ଼ କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031