Indus Valley Times

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୨୫ ଜଣ

 Breaking News

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୨୫ ଜଣ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୨୫ ଜଣ
March 09
10:22 2022

ଭୁବନେଶ୍ୱର, ୯/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୨୪୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୂଆପଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୯୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୬୮୬୫୩୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031