Indus Valley Times

୩ଦିନ ମଧ୍ୟରେ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ହେବ ତାପମାତ୍ରା

 Breaking News

୩ଦିନ ମଧ୍ୟରେ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ହେବ ତାପମାତ୍ରା

୩ଦିନ ମଧ୍ୟରେ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ହେବ ତାପମାତ୍ରା
February 02
08:06 2023

ଭୁବନେଶ୍ୱର, ୨/୨ : ବୁଧବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତିର ୨ରୁ ୩ ଡିଗ୍ରୀ ପର‌୍ୟ୍ୟନ୍ତ କମିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୩ରୁ ୪ ଡିଗ୍ରି ଯାଏ ତଳକୁ ଖସିବା ସହ ସ୍ୱାଭାବିକ ଭାବେ ଶୀତ ଅନୁଭୂତ ହେବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ ଆର ବିଶ୍ୱାସଙ୍କ କହିବାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ରାତିର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରି ଅଧିକ ଥିଲା। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ସବୁ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରି ପର‌୍ୟ୍ୟନ୍ତ କମିବ। ଏହାପରେ ସେଭଳି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031