Indus Valley Times

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ, ମୁଖ୍ୟମନ୍ତ୍ରୀ ନେଲେ ଏଭଳି ନିଷ୍ପତ୍ତି

 Breaking News

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ, ମୁଖ୍ୟମନ୍ତ୍ରୀ ନେଲେ ଏଭଳି ନିଷ୍ପତ୍ତି

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ, ମୁଖ୍ୟମନ୍ତ୍ରୀ ନେଲେ ଏଭଳି ନିଷ୍ପତ୍ତି
February 15
21:21 2024

ଭୁବନେଶ୍ବର,୧୫/୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆଣିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଔଙଓଘ ଅଙ୍ଗଦାନ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି । ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ ଷ୍ଟେଟ ଓରଗାନ୍ ଏଣ୍ଡ ଟିସ୍ୟୁ ଟ୍ରାନ୍ସପ୍ଲାଣ୍ଟ ଓର୍ଗାନାଇଜେସନ୍ ପ୍ରତିଷ୍ଠା କରିଛନ୍ତି । ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡକ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା।
ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।
ପୂର୍ବବର୍ତ୍ତୀ ଖବର
ଓଡ଼ିଶାରେ ୬,୬୦୦ କୋଟି ଟଙ୍କାର ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031