Indus Valley Times

ଅବପାତ ପ୍ରଭାବରେ ବର୍ଷା : ୪ଜିଲ୍ଲାକୁ ରେଡ୍ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

 Breaking News

ଅବପାତ ପ୍ରଭାବରେ ବର୍ଷା : ୪ଜିଲ୍ଲାକୁ ରେଡ୍ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଅବପାତ ପ୍ରଭାବରେ ବର୍ଷା : ୪ଜିଲ୍ଲାକୁ ରେଡ୍ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି
August 19
12:41 2022

ଭୁବନେଶ୍ୱର,୧୯/୮: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଶୁକ୍ରବାର ଦିନ ଅବପାତରେ ପରିଣତ ହୋଇଛି । ଅବପାତ ଘନୀଭୂତ ହୋଇ ଗଭିତ ଅବପାତରେ ଉପକୂଳ ଛୁଇଁବ । ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ । ପ୍ରଭାବରେ ୪ ଜିଲ୍ଲର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । କେନ୍ଦୁଝର, ଭଦ୍ରକ, ବାଲେଶ୍ୱର,ମୟୁରଭଞ୍ଜକୁ ଓ ଯାଜପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଆଜି ତଥା ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031