Indus Valley Times

ଅବପାତ ରୂପ ନେଲା ଲଘୁଚାପ, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 Breaking News

ଅବପାତ ରୂପ ନେଲା ଲଘୁଚାପ, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଅବପାତ ରୂପ ନେଲା ଲଘୁଚାପ, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
October 12
12:02 2020

ଭୁବନେଶ୍ବର,୧୨/୧୦ : ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରି ଏବେ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୩୦୦କିମି, ଆନ୍ଧ୍ରପ୍ରଦେଶର କାକିନଡ଼ାଠାରୁ ଦକ୍ଷିଣ ପୂର୍ବରେ ୩୫୦ କିମି ଏବଂ ନରସାପୁରଠାରୁ ପୂର୍ବ ଦକ୍ଷିଣ ପୂର୍ବରେ ୪୦୦କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ତୀବ୍ର ଅବପାତରେ ପରିଣତ ହେବା ସହିତ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ନରସାପୁର ଓ ବିଶାଖାପାଟଣା ମଧ୍ୟରେ ଆସନ୍ତାକାଲି ରାତି ସୁଦ୍ଧା ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଗକୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031