Indus Valley Times

ଆଜିଠାରୁ କରୋନା କଟକଣା ଭିତରେ ଯାତ୍ରା, ଡ୍ରାମା ଓ ମେଲୋଡି ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରାଜ୍ୟ ସରକାର ଅନୁମତି

 Breaking News

ଆଜିଠାରୁ କରୋନା କଟକଣା ଭିତରେ ଯାତ୍ରା, ଡ୍ରାମା ଓ ମେଲୋଡି ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରାଜ୍ୟ ସରକାର ଅନୁମତି

November 20
10:30 2021

ଭୁବନେଶ୍ବର, ୨୦/୧୧: ଆଜିଠାରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କରୋନା କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ଆୟୋଜିତ ହୋଇପାରିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ଏନେଇ ନୂତନ ଗାଇଡଲାଇନ୍ ଜାରି କରାଯାଇଛି।
ଏସବୁ ଲାଗି ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ପୌର କମିସନରଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଖୋଲା ଜାଗାରେ ୨ ହଜାର ଲୋକଙ୍କୁ ନେଇ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ଆୟୋଜିତ ହୋଇପାରିବ।
ଏହିସମୟରେ ସାମାଜିକ ଦୂରତା ବଜାୟ ରଖିବାକୁ ପଡ଼ିବ ବୋଲି ମାର୍ଗଦର୍ଶିକାରେ କୁହାଯାଇଛି। ଅନଲାଇନ୍ ବା ଅଧିକସଂଖ୍ୟକ କାଉଣ୍ଟରରେ ଟିକେଟ୍ ବୁକିଂ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ୍ ଚାଲିପାରିବ ବୋଲି କୁହାଯାଇଛି। ହଲ୍ ଭିତରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଗଲେ ସେଠାରେ ମଧ୍ୟ କରୋନା କଟକଣା ମାନିବାକୁ ପଡ଼ିବ। ଆବଶ୍ୟକସ୍ଥଳେ ସ୍ଥାନୀୟ ପ୍ରଶାସନ ଦର୍ଶକଙ୍କ ସଂଖ୍ୟାରେ ପରିବର୍ତ୍ତନ କରିପାରିବେ ବୋଲି ଏହି ନୂଆ ମାର୍ଗଦର୍ଶିକାରେ କୁହାଯାଇଛି।
ଏହି ନୂଆ ମାର୍ଗଦର୍ଶିକାରେ ଆହୁରି ବି ସ୍ପଷ୍ଟ ଭାବେ ଦର୍ଶାଯାଇଛି ଯେ ଯେଉଁମାନେ ଡବଲ୍ ଡୋଜ୍ କୋଭିଡ୍ ଟିକା ନେଇଥିବେ ବା ୭୨ ଘଣ୍ଟା ପୂର୍ବରୁ ଆଣ୍ଟିଜେନ୍ ବା ଆରଟିପିସିଆର୍ ଟେଷ୍ଟ କରାଇଥିବେ କେବଳ ସେହିମାନଙ୍କୁ ଏହି ସାଂସ୍କୃତିକ କାର‌୍ୟ୍ୟକ୍ରମମାନଙ୍କରେ ଯୋଗ ଦେବା ଲାଗି ଅନୁମତି ମିଳିବ। ତେବେ ଏଥିରେ ୬୫ ବର୍ଷରୁ ଅଧିକ ବ୍ୟକ୍ତି ଓ ଗର୍ଭବତୀ ମହିଳାଙ୍କୁ ଯୋଗ ଦେବା ଲାଗି ବାରଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031