Indus Valley Times

ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେବ ବାଘ ଗଣନା

 Breaking News

ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେବ ବାଘ ଗଣନା

ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେବ ବାଘ ଗଣନା
November 26
10:22 2021

କରଞ୍ଜିଆ,୨୬/୧୧ : ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେଉଛି ବାଘ ଗଣନା। ୪ଟି ପର୍ଯ୍ୟାୟରେ ୭ ଦିନ ପର୍ଯ୍ୟନ୍ତ ଚାଲିବ ବାଘ ଗଣନା। ପ୍ରଥମ ପର୍ଯ୍ୟାୟରେ କରଞ୍ଜିଆ ବନଖଣ୍ଡର ୫୫ ଓ ବନ୍ୟପ୍ରାଣୀ ବନଖଣ୍ଡ ଉତ୍ତର ଡିଭିଜନର ୭୦ ଜାଗାରେ ଗଣନା ହେବ। ଏଥିପାଇଁ ୫ ଶହରୁ ଅଧିକ କ୍ୟାମେରା ନିୟୋଜିତ କରାଯିବା।
ଏହାସହ ନୂଆ ଟେକ୍ନୋଲୋଜିର ଉପଯୋଗରେ କୋର୍ ଓ ବଫର ଏରିଆ ସହିତ ଶିମିଳିପାଳ ପାଦ ଦେଶରେ ବାଘ ଗଣନା କରାଯିବ। କ୍ୟାମେରାରେ ବାଘର ପାଦଚିହ୍ନ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସରକାରୀ ନିୟମ ଅନୁଯାୟୀ ଗଣନା କାର‌୍ୟ୍ୟ ହେବ ।
ସୂଚନାଯୋଗ୍ୟ, ମହାମାରୀ କରୋନା ପାଇଁ ଦୀର୍ଘ ଦିନ ବନ୍ଦ ରହିଥିଲା ଶିମିଳିପାଳ ଅଭୟାରଣ୍ୟ। କରୋନାର କୋପ କମିବା ପରେ ନଭେମ୍ବର ୧ ତାରିଖରେ ଅଭୟାରଣ୍ୟ ଖୋଲିଥିଲା।
ତେବେ ଲଘୁଚାପ ବର୍ଷା ଯୋଗୁ ଅଭୟାରଣ୍ୟକୁ ପୁଣି ଥରେ ବନ୍ଦ କରି ଦିଆଯାଇଥିଲା। ବର୍ଷା ଛାଡ଼ିବା ପରେ ପୁଣି ଥରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଥିଲା ।
ଚଳିତ ବର୍ଷ ଶିମିଳିପାଳକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇଛି। ପର୍ଯ୍ୟଟକମାନେ କୌଣସି ପ୍ଲାଷ୍ଟିକ ସାମଗ୍ରୀ ନେଇ ଭିତରକୁ ପ୍ରବେଶ କରିପାରିବେ ନାହିଁ । ତା’ ସହିତ ଦହନଶୀଳ ପଦାର୍ଥ ଓ ମାଦକ ଦ୍ରବ୍ୟ ଉପରେ ମଧ୍ୟ ଲଗାଯାଇଛି କଟକଣା ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031