Indus Valley Times

ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା

 Breaking News

ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା

December 20
11:15 2024

ଓଡ଼ିଶା, ୨୦/୧୨ : ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।
ସମ୍ଭାବ୍ୟ ବର୍ଷା ପ୍ରଭାବରେ ରାଜ୍ୟରେ ଶୀତ ଲହରି ସାମାନ୍ୟ କମିଛି। ୪ ଦିନ ପରେ ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031