Indus Valley Times

ଆଜିଠୁ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର

 Breaking News

ଆଜିଠୁ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର

ଆଜିଠୁ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର
August 06
08:42 2021

କଟକ, ୬/୮: ଆଜିଠୁ ଖୋଲିଲା କଟକ ଜିଲ୍ଲାର ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର । ଶୁକ୍ରବାର ଭୋରରୁ ମନ୍ଦିର ଖୋଲାଯାଇ ସମସ୍ତ ନୀତିକାନ୍ତି କରାଯାଇଛି । ମଙ୍ଗଳ ଆଳତୀ ସରିବା ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟାଯାଇଛି । ତେବେ ମନ୍ଦିର ଭିତରକୁ ବାହାର ଭୋଗକୁ ବାରଣ କରାଯାଇଛି । ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ ରହିଛି ।
ଧବଳେଶ୍ୱର ପୀଠକୁ ଯିବା ପାଇଁ ଝୁଲାପୋଲ ଦେଇ ଗୋଟିଏ ଥରରେ ୫୦ ଜଣଙ୍କୁ ଯିବା ପାଇଁ ଅନୁମତି ଦିଆଯାଇଛି। ଗର୍ଭବତୀ ମହିଳା, ୧୦ ବର୍ଷରୁ କମ୍ ଏବଂ ୬୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ମନ୍ଦିର ପ୍ରବେଶ ବାରଣ କରାଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୮ଟା ଯାଏଁ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଛି ।
ସେପଟେ ଆଜିଠାରୁ ଜଗତସିଂହପୁରର ଶାରଳା ମନ୍ଦିର ଓ ଗୋରେଖନାଥ ମନ୍ଦିର ମଧ୍ୟ ଭକ୍ତଙ୍କ ପାଇଁ ଖୋଲିଛି। ସକାଳ ସାଢେ ୭ଟାରେ ମନ୍ଦିର ଖୋଲିଥିବା ବେଳେ ଆଳତୀ ପୂର୍ବରୁ ସନ୍ଧ୍ୟା ୬ଟାରେ ବନ୍ଦ ହେବ । ମନ୍ଦିର ଗର୍ଭଗୃହ ମଧ୍ୟକୁ କାହାକୁ ଛଡାଯିବ ନାହିଁ । ମନ୍ଦିର ପରିସରରେ ଭୋଗ କିମ୍ବା ପ୍ରସାଦ ସେବନ ବାରଣ କରାଯାଇଛି ।
ଥରକେ ମନ୍ଦିର ଭିତରକୁ ୧୫ ଜଣଙ୍କୁ ଛଡାଯିବ । ସେହିପରି ଖୋର୍ଦ୍ଧା ଉପଖଣ୍ଡରେ ମନ୍ଦିର, ମସଜିଦ୍, ଚର୍ଚ୍ଚ ଆଦି ଧର୍ମାନୁଷ୍ଠାନ ଖୋଲିବା ପାଇଁ ବିଚାରବିମର୍ଷ ଚାଲୁଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଅଗଷ୍ଟ ମାସର ଗାଇଡଲାଇନରେ ରାଜ୍ୟ ସରକାର କୋଭିଡ୍ କଟକଣା କୋହଳ କରିଥିଲେ। ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ଉପରେ ଛାଡ଼ିଥିଲେ ଏସ୍ଆର୍ସି। ଏହା ମନ୍ଦିର ଖୋଲିବା ଦାବି ଜୋର ଧରିଥିଲା।
ପ୍ରଶାସନିକ ଅଧିକାରୀ ଓ ଧର୍ମାନୁଷ୍ଠାନ କର୍ମକର୍ତ୍ତାଙ୍କ ସହିତ ଆଲୋଚନା ପରେ ବାବା ଧବଳେଶ୍ୱର ଓ କଟକ ଟାଉନ୍ ଅଞ୍ଚଳ ବ୍ୟତୀତ ସମଗ୍ର ଜିଲ୍ଲାରେ ଧର୍ମାନୁଷ୍ଠାନ ଖୋଲିବାକୁ ଜିଲ୍ଲାପାଳ ଘୋଷଣା କରିଥିଲେ।
ମନ୍ଦିରରେ ପୂଜକମାନେ ପୂଜାର୍ଚ୍ଚନା କରୁଛନ୍ତି।
ଗତକାଲି, ଧବଳେଶ୍ୱର ମନ୍ଦିର ଖୋଲିବା ନେଇ ଆଠଗଡ଼ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଲୋଚନା ହୋଇଥିଲା। ପରେ କୋଭିଡ ଗାଇଡଲାଇନ୍ ଭିତରେ ବାବା ଧବଳେଶ୍ୱରଙ୍କ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ଦୀର୍ଘ ଦିନ ବ୍ୟବଧାନ ପରେ ମନ୍ଦିର ଖୋଲାଯିବାରୁ ମନ୍ଦିର ପୂଜକ ସମିତି ପକ୍ଷରୁ ଆଠଗଡ଼ ଉପଜିଲ୍ଲାପାଳଙ୍କୁ ଧନ୍ୟବାଦ ଜଣାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031