Indus Valley Times

ଆଜି କୋଭିଡ୍ ସଂକ୍ରମଣରୁ ସୁସ୍ଥ ହେଲେ ୭୨୮

 Breaking News

ଆଜି କୋଭିଡ୍ ସଂକ୍ରମଣରୁ ସୁସ୍ଥ ହେଲେ ୭୨୮

July 25
20:49 2020

ଭୁବନେଶ୍ଵର ୨୫।୭: ଗତ ୨୪ ଘଣ୍ଟାରେ ୭୨୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୫ ହଜାର ଟପି ୧୫୯୨୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଜରିଆରେ ଶନିବାର ଏହାର ସୂଚନା ଦିଆଯାଇଛି।
ସ୍ଵାସ୍ଥ୍ୟ ବିଭାଗ ଅନୁଯାୟୀ, ଗଞ୍ଜାମରୁ ସର୍ବାଧିକ ୩୯୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ଵରରୁ ୩୨, ଯାଜପୁରରୁ ୩୨, ଗଜପତିରୁ ୨୩, ମୟୂରଭଞ୍ଜରୁ ୧୯, ଅନୁଗୁଳରୁ ୧୮, ଜଗତସିଂହପୁର ୧୭, ନୟାଗଡରୁ ୧୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।
ସେହି ପରି ସମ୍ବଲପୁରରୁ ୧୧, ମାଲକାନଗିରିରୁ ୧୦, ବରଗଡ, ଢେଙ୍କାନାଳ, କେନ୍ଦ୍ରାପଡା, ପୁରୀ ଓ ସୁନ୍ଦରରୁ ଜଣେ ଲେଖାଏଁ ରୋଗୀ କରୋନାକୁ ମାତ୍ ଦେବାରେ ସଫଳ ହୋଇଛନ୍ତି। ବଲାଙ୍ଗିର, ଝାରସୁଗୁଡା ଓ ସୋନପୁରରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ନବରଙ୍ଗପୁରରୁ ୪ ଜଣ ଲେଖାଏଁ, କୋରାପୁଟରୁ ୩, ବୌଦ୍ଧ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ ସଂକ୍ରମିତ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏସବକୁ ମିଶାଇ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୭୮୨ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031