Indus Valley Times

ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

 Breaking News

ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

August 08
10:47 2022

ଭୁବନେଶ୍ୱର,୮/୮: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ। ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ଅନୁସାରେ, www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ୍ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଯୁକ୍ତ ଦୁଇ କଳା ସହ ୮ ତାରିଖରେ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।
ସୂଚନାଯୋଗ୍ୟ, ଜୁଲାଇ ୨୭ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଥିଲେ। ବିଜ୍ଞାନରେ ପାସ୍ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍ ହାର ୮୯ ପ୍ରତିଶତ ରହିଥିଲା। ଚଳିତ ବର୍ଷ ୭୨,୧୦୬ ଜଣ ବିଜ୍ଞାନରେ ପାସ୍ କରିଥିବା ବେଳେ ୨୧,୧୬୫ ଜଣ ବାଣିଜ୍ୟରେ ପାସ୍ କରିଥିଲେ ।
ଚଳିତ ବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ ।
କଳାରେ ୨ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୭୮ ହଜାର ୭୭ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ। ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ ପରୀକ୍ଷା ପରେ ଏଥର ଅଫଲାଇନ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031