Indus Valley Times

ଆଜି ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ, ଅପରାହ୍ନ ୪ଟାରେ ଓ୍ବେବ୍ ସାଇଟରେ ଆସିବ ରେଜଲ୍ଟ

 Breaking News

ଆଜି ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ, ଅପରାହ୍ନ ୪ଟାରେ ଓ୍ବେବ୍ ସାଇଟରେ ଆସିବ ରେଜଲ୍ଟ

ଆଜି ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ, ଅପରାହ୍ନ ୪ଟାରେ ଓ୍ବେବ୍ ସାଇଟରେ ଆସିବ ରେଜଲ୍ଟ
July 27
11:04 2022

ଭୁବନେଶ୍ୱର,୨୭/୭: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଅପରାହ୍ନ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।
ଏହାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶିତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। WWW.orissaresults.nic.in ଏବଂ SAMS e space ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣି ପାରିବେ ଛାତ୍ରଛାତ୍ରୀ।
ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଦେଇଥିଲେ।
ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ୍ ପରୀକ୍ଷା ପରେ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30