Indus Valley Times

ଆଜି ମହାବାହୁଙ୍କ ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ହେବ ରସଗୋଲା ଭୋଗ

 Breaking News

ଆଜି ମହାବାହୁଙ୍କ ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ହେବ ରସଗୋଲା ଭୋଗ

ଆଜି ମହାବାହୁଙ୍କ ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ହେବ ରସଗୋଲା ଭୋଗ
July 12
08:38 2022

ପୁରୀ, ୧୨/୭ : ସରିଲା ଘୋଷଯାତ୍ରା। ୧୨ ଦିନର ଏହି ଲୀଳାଖେଳା ଶେଷ ପରେ ମଙ୍ଗଳବାର ନୀଳାଦ୍ରି ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ।
ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ।
ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ବିଳମ୍ୱିତ ରାତିରେ ଅଧର ନୀତି ଶେଷ ପରେ ଆଜି ନୀତି ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି।
ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର ୪ଟାରେ ତିନି ରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶଶେଷ ହେବ।
ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନି ରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ। ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ।
ରାତି ସାଢ଼େ ୧୨ଟା ସୁଦ୍ଧା ରୁନ୍ଧା ସରିବା ପରେ ଅପରାହ୍ଣ ଗୋଟାଏରେ ଦଇତାପତି ସର୍ବାଙ୍ଗ, ଗୋଟାଏ ୧୦ରେ ଶ୍ରୀମୁଖ ଖଣ୍ଡୁଆ, ରାତି ଗୋଟାଏ ୧୫ରୁ ୨ଟା ୧୫ ଚାରମାଳ ପିଟା ନୀତି ଅନୁଷ୍ଠିତ ହେବ।
ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକା ପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ।
ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ସକାଳ ୫ଟାରେ ରାତି ପହୁଡ଼ ହେବ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031