Indus Valley Times

ଆଜି ରାଜ୍ୟ ପାଳୁଛୁ ୧୦ମ ରସ ଗୋଲା ଦିବସ

 Breaking News

ଆଜି ରାଜ୍ୟ ପାଳୁଛୁ ୧୦ମ ରସ ଗୋଲା ଦିବସ

July 19
10:28 2024

ଓଡ଼ିଶା, ୧୯/୭: ଆଜି ରାଜ୍ୟ ପାଳୁଛୁ ୧୦ମ ରସ ଗୋଲା ଦିବସ। ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ।
ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି।
ବିଶ୍ୱାସ ରହିଛି, ନୀଳାଦ୍ରି ବିଜେରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଭେଟି ଦିଅନ୍ତି। ଏହାପରେ ମହାପ୍ରଭୁ ଜଗନ୍ନାଥ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥାନ୍ତି।
ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲର ବେଶ୍ ଗୁରୁତ୍ୱ ରହିଛି। ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହାସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ ।
ଏହି ଦିନକୁ ପାଳନ ପାଇଁ ୨୦୧୫ ମସିହା ଜୁଲାଇ ୩୦ ତାରିଖ ନିଳାଦ୍ରୀ ବିଜେ ଦିନ ସୋଶାଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ ହୋଇଥିଲା। ଏହାପରେ ୨୦୧୬ ମସିହାରୁ ପାଳିତ ହୋଇ ଆସୁଛି ରସଗୋଲା ଦିବସ।
ରସଗୋଲା କାହାର ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଆରମ୍ଭ ହୋଇଥିଲା ମିଠା ଯୁଦ୍ଧ। ଓଡ଼ିଶା ପକ୍ଷରୁ ତଥ୍ୟ ପ୍ରମାଣ ସହ ରସଗୋଲାର ଉତ୍ପତ୍ତି ଓଡ଼ିଶାରୁ ବୋଲି ସ୍ପଷ୍ଟ କରାଯାଇଥିଲା। ଶେଷରେ ସବୁ ପ୍ରତୀକ୍ଷାର ଅନ୍ତ ଘଟିଥିଲା।୨୦୧୯ ଜୁଲାଇ ୨୯ ତାରିଖରେ ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031