Indus Valley Times

ଆଜି ହେଉଛି ପବିତ୍ର ମହାଳୟା, ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ

 Breaking News

ଆଜି ହେଉଛି ପବିତ୍ର ମହାଳୟା, ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ

September 25
09:34 2022

ପୁରୀ,୨୫/୯: ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପିତୃପୁରୁଷଙ୍କୁ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ କରାଯାଉଛି। ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟରେ ଶ୍ରାଦ୍ଧ ପ୍ରଦାନ କରାଯାଉଛି। ତିଳତର୍ପଣର ଅନ୍ତିମ ଦିବସ ପବିତ୍ର ଅମାବାସ୍ୟା ତିଥିରେ ଯେଉଁମାନେ ତାଙ୍କ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇନଥିଲେ ସେମାନେ ଆଜି ମହାଳୟା ଅବସରରେ ଶ୍ରାଦ୍ଧ ପ୍ରଦାନ କରୁଛନ୍ତି।
ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମାତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି।
ଆଜି ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟ ଓ ମହୋଦଧି, ନରେନ୍ଦ୍ର, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀ ମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ଶ୍ରାଦ୍ଧ ପ୍ରଦାନ କରାଯାଉଛି।

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031