Indus Valley Times

ଆଜି ହେଉଛି ବସନ୍ତ ପଞ୍ଚମୀ , ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ୱତୀ

 Breaking News

ଆଜି ହେଉଛି ବସନ୍ତ ପଞ୍ଚମୀ , ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ୱତୀ

ଆଜି ହେଉଛି ବସନ୍ତ ପଞ୍ଚମୀ , ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ୱତୀ
February 05
08:46 2022

ପୁରୀ,୫/୨: ଆଜି ହେଉଛି ବସନ୍ତ ପଞ୍ଚମୀ । ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ୱତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ୱତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହି ଦିନ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ କରାଯାଏ।
ପୁରାଣ ଶାସ୍ତ୍ର ଅନୁଯାୟୀ, ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ଫଗୁ ବା ବାଚେରୀ ଖେଳୁଥିବାର ସ୍ମୃତି ସ୍ୱରୁପ ବସନ୍ତ ପଞ୍ଚମୀ ପାଳିତ ହୋଇଥାଏ । ମାଦଳା ପାଞ୍ଜି ଅନୁଯାୟୀ, ୧୨୩୦ ଖ୍ରୀଷ୍ଟାବ୍ଦରେ ଅନଙ୍ଗ ଭୀମଦେବ ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀରେ ଫଗୁ ଚାଚେରୀ ଉତ୍ସବ ପ୍ରଚଳନ କରାଇଥିଲେ। ଏହି ଅବସରରେ ସେ ୩୦ମାଢ଼ ସୁନା ଖଞ୍ଜା କରାଇଥିଲେ ।
ମାଘ ଶୁକ୍ଳ ପଞ୍ଚମୀରେ ଶ୍ରୀଜୀଉମାନେ ଶୀତ ପାଇଁ ଯେଉଁ ଘୋଡ଼ବସ୍ତ୍ର ପରିଧାନ କରିଥାନ୍ତି ତାହା କଢ଼ାଯାଇ ଜାମା ଲାଗି ବସ୍ତ୍ର ପିନ୍ଧାଯାଏ । ଏହି ଦିନ ସେମାନେ ସୁବର୍ଣ୍ଣର ନଳିଭୁଜ, ଆଡ଼କାନି, ତଡ଼କି, ତିଳକ, ଚନ୍ଦ୍ରିକା, କୁଣ୍ଡଳ, ଓଡ଼ିଆଣୀ, ଚନ୍ଦ୍ର-ସୂର‌୍ୟ୍ୟ ଓ ଘାଘଡ଼ାମାଳିରେ ମଣ୍ଡିତ ହୋଇ ବାଚେରୀ ବେଶରେ ଦର୍ଶନ ଦିଅନ୍ତି ।
ସେହିପରି ପ୍ରତିବର୍ଷ ବସନ୍ତ ପଞ୍ଚମୀ ତିଥିରେ ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର‌୍ୟ୍ୟାଳୟ ସମ୍ମୁଖରେ ତିନିଖଣ୍ଡ ରଥକାଠକୁ ପୂଜାର୍ଚ୍ଚନା କରାଯାଇଥାଏ । ଏହି ଦିନ ବନ ବିଭାଗ ତରଫରୁ ଆସିଥିବା ରଥ ନିର୍ମାଣ ନିମନ୍ତେ ଆସିଥିବା କାଠକୁ ପାରମ୍ପରିକ ଭାବେ ପୂଜାର୍ଚ୍ଚନା କରାଯାଇ ଶୁଭ ଦିଆଯାଇଥାଏ । ଆଜି ମଧ୍ୟ ଏଥିନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟଳୟ ସମ୍ମୁଖରେ କାଠ ପହଞ୍ଚିଛି।
ବୀଣାପାଣି ମା’ ସରସ୍ୱତୀଙ୍କ ପୂଜାକୁ ନେଇ ଅନ୍ତର୍ଜାତୀୟ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭମିରେ ଏକ ସୁନ୍ଦର ବାଲୁକା କଳା ପ୍ରସ୍ତୁତ କରିଛନ୍ତି । ବାଲିରେ ବିରାଟ ମୂର୍ତ୍ତି କରି ‘ହାପି ସରସ୍ୱତୀ ପୂଜା’ ବୋଲି ଲେଖିଛନ୍ତି । ଯେଉଁଥିରେ ହାତରେ ବୀଣା ଧରିଛନ୍ତି ସରସ୍ୱତୀ । ଏହି ସୁନ୍ଦର ବାଲୁକା କଳା ଦେଖିବାକୁ ସକାଳୁ ସକାଳୁ ଲୋକଙ୍କ ଗହଳି ଲାଗିଛି ।

Tags
Share

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930