Indus Valley Times

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ

 Breaking News

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ

November 18
11:59 2025

କେନ୍ଦୁଝର, ୧୮/୧୧ : ଆଜି ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ କେନ୍ଦୁଝର ଜିଲା ବନ୍ଦ ଡ଼ାକରା ଦିଆଯାଇଛି। ସକାଳୁ ଜିଲ୍ଲାରେ ଅତ୍ୟାବଶ୍ୟକ ସେବା ଛାଡ଼ି ଦୋକାନ, ବଜାର, ସ୍କୁଲ୍, କଲେଜ, ଯାନବାହାନ ଚଳାଚଳ ବନ୍ଦ ରହିଛି । ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବା ଦାବିରେ ବନ୍ଦ ଡ଼ାକରା ଦିଆଯାଇଛି। କେନ୍ଦୁଝର ସହର, ଚମ୍ପୁଆ, ଯୋଡ଼ା, ବଡ଼ବିଲ, ପାଟଣା, ଘସିପୁରା, ଆନନ୍ଦପୁର ଆଦି ଅଞ୍ଚଳରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ।
ହିନ୍ଦୁ ଜନଜାତି ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମ ବିରୁଦ୍ଧରେ, ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବା ଦାବିରେ ଏହି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।
ବିଶ୍ଵହିନ୍ଦୁ ପରିଷଦର ନେତା ଓ ସଦସ୍ୟମାନେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦ କରିଛନ୍ତି।
କ୍ଷତାକ୍ତ ଅବସ୍ଥାରେ ପୀଡିତା ବର୍ତମାନ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ସମ୍ବେଦନଶୀଳ ପ୍ରସଙ୍ଗ ସହିତ କେନ୍ଦୁଝରରେ ବଢୁଥିବା ଅନୁପ୍ରବେଶକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି। କେନ୍ଦୁଝରରେ ମହିଳାଙ୍କ ଉପରେ ଏହି ଅସାମାଜିକ ବ୍ୟକ୍ତିମାନେ ଲୋଲୁପ ଦୃଷ୍ଟି ପକାଇ ସେମାନଙ୍କୁ ଅପହରଣ,ଦୁଷ୍କର୍ମ ଏବଂ ହତ୍ୟାର ଅନେକ ଘଟଣା ଘଟି ଚାଲିଥିବା ବେଳେ କିଛି ଲୋକ ଲୋଚନକୁ ଆସୁଥିବା ବେଳେ ଅନେକ ଲୋକଙ୍କ ନଜରରୁ ଦୂରେଇ ରହୁଛି। ଏ ବିଷୟରେ କେନ୍ଦୁଝର ଜିଲା ପ୍ରଶାସନ ଓ ପୋଲିସକୁ ପୂର୍ବରୁ ଜଣାଇଥିଲେ ମଧ୍ୟ ସେମାନଙ୍କୁ ଚିହ୍ନଟ କରି କେନ୍ଦୁଝରରୁ ବିଦା କରିବା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ।
ଏଥିପାଇଁ ବିଶ୍ବହିନ୍ଦୁ ପରିଷଦ କେନ୍ଦୁଝର ଜିଲା ପକ୍ଷରୁ ମଙ୍ଗଳବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲା ବନ୍ଦର ଡାକରା ଦିଆଯାଇଛି ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031