Indus Valley Times

ଆଜି ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ

 Breaking News

ଆଜି ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ

ଆଜି ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ
August 14
11:52 2020

ଭୁବନେଶ୍ୱର,୧୪/୮ : ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିବା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳିରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ବାସ ଦେଇଥିବା ସୂଚନା ମୁତାବକ, ବର୍ତ୍ତମାନ ମୌସୁମୀ ଟ୍ରଫ୍ ଫିରୋଜପୁର, ଗ୍ବାଲିଅର୍ ଓ ଅମ୍ବିକାପୁର ମଧ୍ୟ ଦେଇ ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ କେନ୍ଦ୍ର ଦେଇ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି। ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୫ ତାରିଖ ଦିନ ନୂଆପଡ଼ା, ବରଗଡ଼, କଳାହାଣ୍ଡି, ସମ୍ବଲପୁର, ନବରଙ୍ଗପୁର, ଦେବଗଡ଼, ବଲାଙ୍ଗୀର, ସୋନପୁର ଓ ଅନୁଗୁଳ ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ଥିବାରୁ ଏହି ସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଦିନ ଢେଙ୍କାନାଳ, କଟକ, କେନ୍ଦୁଝର, ଝାରସୁଗୁଡ଼ା, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲାରେ ମଧ୍ୟ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳବର୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦-୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସଂଲଗ୍ନ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

-Sambad

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031