Indus Valley Times

‘ଆମ ବସ୍ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

 Breaking News

‘ଆମ ବସ୍ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

‘ଆମ ବସ୍ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
February 15
16:16 2024

ଭୁବନେଶ୍ୱର,୧୫/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍ଷ୍ଟାଣ୍ଡ ଉଦ୍ଘାଟନ କରିଛନ୍ତି।
ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗାଯୋଗ ହେଉଛି ବିକାଶର ଆଧାର। ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡ଼େ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆମର ଲକ୍ଷ୍ୟ ରହିଛି। ୫-ଟି ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡ଼ାଯାଉଛି।
ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି। ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢ଼ିବା ସହ ଚାଷୀ ଭଉଣୀଭାଇମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢ଼ାରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ କାର୍ଯ୍ୟକ୍ରମରେ ଭାଗ ନେଇ ତୃତୀୟ ମହଲା କନ୍ଫରେନ୍ସ ହଲ୍ରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ନୂଆପଡ଼ାଠାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ମୁନିଗୁଡ଼ାଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ହରଭଙ୍ଗାଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ନୂଆ ବସ୍ଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି ଏବଂ ଏହି ବସ୍ଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ ବୋଲି କହିଥିଲେ।
କାର‌୍ୟ୍ୟକ୍ରମକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର‌୍ୟ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଓଏସ୍ଆର୍ଟିସିର ସିଏମ୍ଡି ଦୀପ୍ତେଶ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031