Indus Valley Times

ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ

 Breaking News

ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ

ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ
July 12
11:28 2024

ଭୁବନେଶ୍ୱର,୧୨/୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ଆଗପଛ ହୋଇ ଦାନା ବାନ୍ଧିପାରେ। ଏହା ପ୍ରଭାବରେ ବର୍ଷା ବଢ଼ିବା ନେଇ ସମ୍ଭାବନା ରହିଛି। ତେବେ ଆସନ୍ତା ୧୩ ତାରିଖରୁ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।
ଏହା ଲଘୁଚାପ ରୂପ ମଧ୍ୟ ନେଇପାରେ । ଏହାର ଗତି ଉତ୍ତର- ପଶ୍ଚିମ ଆଡ଼କୁ ରହିବା ନେଇ ଆକଳନ କରାଯାଉଛି । ସେହିପରି ୧୯ ତାରିଖବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି, ଏହା ଲଘୁଚାପରେ ପରିଣତ ହେବାନେଇ ଆଶଙ୍କା ରହିଛି । ଏହା ମଧ୍ୟ ଉତ୍ତର-ପଶ୍ଚିମକୁ ମୁହାଁଇପାରେ ।
ପାଣିପାଗ ବିଭାଗ ଦୁଇ ସପ୍ତାହ ପାଇଁ ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଜୁଲାଇ ୧୧ରୁ ୧୮ ତାରିଖ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି । ୧୮ରୁ ୨୫ ତାରିଖ ଭିତରେ ଅପେକ୍ଷାକୃତ ଅଧିକ ବର୍ଷା ହୋଇପାରେ । ରାଜ୍ୟର ପଶ୍ଚିମ, ଦକ୍ଷିଣ, କେନ୍ଦ୍ରୀୟ ଓ ଉପକୂଳରେ ଅଧିକ ବର୍ଷିବ ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30