Indus Valley Times

ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

 Breaking News

ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
October 06
16:32 2021

ଭୁବନେଶ୍ୱର, ୬/୧୦ : ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଣ୍ଡାମାନ ସାଗରରେ ୧୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି। କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି। ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031