Indus Valley Times

ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

 Breaking News

ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
August 10
14:46 2021

ଭୁବନେଶ୍ୱର, ୧୦/୮: ଆଗାମୀ ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଆବେଦନ କରିପାରିବେ। କରୋନା ପାଇଁ କୌଣସି ଆଡମିସନ ଫି ବୃଦ୍ଧି ହେବ ନାହିଁ ବୋଲି ବି ମନ୍ତ୍ରୀ କହିଛନ୍ତି।
ଏଣେ ରାଜ୍ୟରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ, ଚଳିତ ବର୍ଷ ଯୁକ୍ତ ଦୁଇରେ ମୋଟ୍ ୫୪ ହଜାର ୯୦୦ ସିଟ୍ ବୃଦ୍ଧି କରାଯାଇଛି। କଳାରେ ୩୮ ହଜାର, ବିଜ୍ଞାନରେ ୧୩ ହଜାର ଓ ବାଣିଜ୍ୟରେ ୩ ହଜାର ୯୦୦ ସିଟ୍ ବୃଦ୍ଧି ହୋଇଛି।
୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ଆସିଥିଲା। ଏଥିମଧ୍ୟରୁ କଳାରେ ୪୦ ହଜାର, ବିଜ୍ଞାନରେ ୨୫ ହଜାର ଓ ବାଣିଜ୍ୟରେ ୪ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031