Indus Valley Times

ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫ୍‌ଲାଇନ୍ ପରୀକ୍ଷା ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

 Breaking News

ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫ୍‌ଲାଇନ୍ ପରୀକ୍ଷା ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫ୍‌ଲାଇନ୍ ପରୀକ୍ଷା ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
August 07
17:15 2021

କଟକ, ୭/୮: ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ୍ ପରୀକ୍ଷା ରେଜଲ୍ଟ । ଏଥିଲାଗି ଜୋରଦାର ଉଦ୍ୟମ ଚାଲିଛି। ଚଳିତ ବର୍ଷ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ସତ୍ତ୍ୱେ ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ ଯୁକ୍ତ ୨ ନାମଲେଖା ।
ଅଫଲାଇନ୍ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସୁଯୋଗ ମିଳିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।
ଏନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ କିଛି ସମସ୍ୟା ନ ଥାଇ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହକ ପୂର୍ବରୁ ଆରମ୍ଭ ହେବ ଆଡ଼ମିଶନ ପ୍ରକ୍ରିୟା ।
ଅପରପକ୍ଷେ, ମାଟ୍ରିକ ଅଫଲାଇନ୍ ଖାତା ଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୦ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ । ଅଫଲାଇନ୍ ପରୀକ୍ଷା ଦେଇଥିବା କୌଣସି ପିଲା ଯେପରି ଯୁକ୍ତ୨ରେ ଆଡମିଶନ ପାଇବାରୁ ବଞ୍ଚିତ ନ ହୁଅନ୍ତି ତା’ ଉପରେ ତିକ୍ଷଣ ଦୃଷ୍ଟି ରଖିଛୁ।
ଏପରିକି ଆବଶ୍ୟକ ପଡ଼ିଲେ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଗୋଟିଏ ମାସ ପାଇଁ ରଖିବାକୁ ସ୍ଥିର କରିଛୁ ବୋଲି କହିଛନ୍ତି ମନ୍ତ୍ରୀ।
ଏଥର ୫୫ ହଜାରରୁ ଅଧିକ ସିଟ ବୃଦ୍ଧି ପାଇଁ କଲେଜଗୁଡିକ ଆବେଦନ କରିଛନ୍ତି । ତେବେ ବିଜ୍ଞାନ ପାଇଁ ଲାବୋରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି। ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମଧ୍ୟ ବୈଠକ ବସିଥିଲା ।
ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି । ସେମାନେ ଲାବୋରେଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଥିବା ମନ୍ତ୍ରୀ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031