Indus Valley Times

ଆସନ୍ତା ୨୪ ଘଣ୍ଟାରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ; ୟେଲୋ ୱାର୍ଣ୍ଣିଂ ଜାରି

 Breaking News

ଆସନ୍ତା ୨୪ ଘଣ୍ଟାରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ; ୟେଲୋ ୱାର୍ଣ୍ଣିଂ ଜାରି

August 15
15:37 2021

ଭୁବନେଶ୍ୱର,୧୫/୮: ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବା ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ସ୍ୱତନ୍ତ୍ର ରିଲିଫ୍ କମିଶନ (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ବର୍ଷା ହୋଇପାର। ଏପରିକି କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଇପାରେ। ସେହିପରି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବା ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ଏହି ସୂଚନା ଅନୁଯାୟୀ, ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଆଉ କେତେକ ଜିଲ୍ଲାର ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ପଶ୍ଚମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିବା ସମ୍ଭାବନା ରହିଛି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930