Indus Valley Times

ଆସନ୍ତା ୩ଦିନ ଯାଏ ୭ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା

 Breaking News

ଆସନ୍ତା ୩ଦିନ ଯାଏ ୭ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା

ଆସନ୍ତା ୩ଦିନ ଯାଏ ୭ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା
May 10
08:52 2022

ଭୁବନେଶ୍ୱର,୧୦/୩: ବାତ୍ୟା ଅସାନି ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି । ଆଜିଠୁ ଆସନ୍ତା ୩ ଦିନ ଧରି ୭ ଉପକୂଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କିଛି ଜିଲ୍ଲାରେ ଘଣ୍ଟା ପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାକୁ ନେଇ ଉପକୂଳ ଜିଲ୍ଲାରେ ବଢ଼ିଛି ସତର୍କତା। ଆଜି ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ କରାଯାଇଛି।
୧୧ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷିବ। ସେହିଭଳି ୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ। ଏହା ସହ ୧୨ରେ ପାରାଦୀପ ନିକଟରେ ଦୁର୍ବଳ ହୋଇ ବାତ୍ୟା ରୂପରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପୁରୀଠାରୁ ପ୍ରାୟ ୫୯୦ କିଲୋମିଟର ଦୂରରେ ଅସାନି। ଦକ୍ଷିଣ, ଦକ୍ଷିଣ-ପଶ୍ଚିମ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି।ସେହିପରି ଏହା ଗୋପାଳପୁରଠାରୁ ଦକ୍ଷିଣ, ଦକ୍ଷିଣ-ପଶ୍ଚିମରେ ୫୧୦ କିଲୋମିଟରେ ଦୂରରେ ରହିଛି। ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। .

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031