Indus Valley Times

ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

 Breaking News

ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ
March 20
12:47 2023

କଟକ,୨୦/୩: ଆଜି ସରିଛି ମାଟ୍ରିକ ପରୀକ୍ଷା। ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଅନୁଯାୟୀ, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ।
ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତାଗୁଡ଼ିକ ସୁରକ୍ଷାରେ ଯିବ। ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ ପାଇବ।
ସୂଚନାଯୋଗ୍ୟ, ୧୦ ତାରିଖରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଇଥିଲେ। ଆଜି ଶେଷଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା।
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ–୨) ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହେଇଥିଲା ଓ ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିଥିଲା। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିଥିଲା। ଏହି ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର‌୍ୟ୍ୟନ୍ତ ଚାଲିଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031