Indus Valley Times

ଆସନ୍ତା ୫ରୁ ବଢିବ ବର୍ଷା ପରିମାଣ : ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

 Breaking News

ଆସନ୍ତା ୫ରୁ ବଢିବ ବର୍ଷା ପରିମାଣ : ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

August 03
11:14 2022

ଭୁବନେଶ୍ବର,୩/୮: ଆଗାମୀ ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି।
ଖାଲି ସେତିକି ନୁହେଁ, ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଜାଣିବାକୁ ମିଳିଛି ଯେ , ୪ ତାରିଖ ଦିନ ରାଜ୍ୟର ପାଗ ଶୁଖିଲା ରହିବ । ୫ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧ ଜୁନ୍ରୁ ୨ ଅଗଷ୍ଟ ଯାଏ ରାଜ୍ୟରେ ସର୍ବମୋଟ ୫୧୬.୩ମିମି ବର୍ଷା ହୋଇଯାଇଛି ।
ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୫୭୨.୬ମିମି ବର୍ଷା ହୋଇଥାଏ। ଅର୍ଥାତ ଏବେ ରାଜ୍ୟରେ ମୋଟ୍ ୧୦% ନିଅଣ୍ଟ ବର୍ଷା ରେକର୍ଡ ହୋଇଥିଲେ ମଧ୍ୟ ଏହା ସ୍ବାଭାବିକ ପରିସରଭୁକ୍ତ ।
ସେହିପରି ଦେଶରେ କିନ୍ତୁ ବର୍ଷା ସ୍ବାଭାବିକ ରହିବ। ଦକ୍ଷିଣ ଭାରତର ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ଅଧିକ ରହିବ। ପଶ୍ଚିମ-କେନ୍ଦ୍ରୀୟ ଭାରତ ଓ ଉତ୍ତର-ପଶ୍ଚିମ ଭାରତରେ ମଧ୍ୟ ଭଲ ବର୍ଷାର ସମ୍ଭାବନା ରହିଛି। ପଶ୍ଚିମ ଉପକୂଳ, ପୂର୍ବ-କେନ୍ଦ୍ରୀୟ, ପୂର୍ବ ଓ ଉତ୍ତରପୂର୍ବ ଭାରତରେ ବର୍ଷାର ପରିମାଣ କମ୍ ରହିବ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031