Indus Valley Times

ଆସନ୍ତା ୬ରେ ଲଘୁଚାପ ! ବାତ୍ୟା ଅସ୍ପଷ୍ଟ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

 Breaking News

ଆସନ୍ତା ୬ରେ ଲଘୁଚାପ ! ବାତ୍ୟା ଅସ୍ପଷ୍ଟ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଆସନ୍ତା ୬ରେ ଲଘୁଚାପ ! ବାତ୍ୟା ଅସ୍ପଷ୍ଟ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
May 02
16:24 2022

ଭୁବନେଶ୍ୱ.୨/୫: ଆଗାମୀ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ମେ ୬ ତାରିଖରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ଏକ ସପ୍ତାହ ପର‌୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଗାମୀ ୮ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୩ ତାରିଖ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଅନୁଜୁଳ, ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପର‌୍ୟ୍ୟନ୍ତ ରହିପାରେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031