Indus Valley Times

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ

 Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ
June 28
11:10 2025

ବ୍ରହ୍ମପୁର,୨୮/୬: ସହକାରୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡ଼ିଛି କୋଟିପତି ହେବା ନିଶା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ।
ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡାଙ୍କ ବ୍ରହ୍ମପୁର ରାମହରିନଗର ତିନି ମହଲା ବିଶିଷ୍ଟ ବାସଭବନ, ଆଙ୍କୁଲି ମୁକ୍ତେଶ୍ୱର ଆପାର୍ଟମେଣ୍ଟରେ ଥିବା ଫ୍ଲାଟ୍ ସେହିପରି ଉକ୍ତ ଆପାର୍ଟମେଣ୍ଟରେ ତାଙ୍କର ଅନ୍ୟ ଏକ ଫ୍ଲାଟ୍‌, ପୁରୀରେ ଥିବା ଫ୍ଲାଟ୍‌, କବିସୂର‌୍ୟ୍ୟନଗର ଗୁଡ଼ିଆଳିରେ ଥିବା ତାଙ୍କର ପୈତୃକ ବାସଭବନ, ପୁରୁଷୋତ୍ତମପୁର ବେଢ଼ରେ ରହୁଥିବା ତାଙ୍କ ଶ୍ୱଶୁର ଘର ଓ ଗଞ୍ଜାମ ବ୍ଲକ କାର‌୍ୟ୍ୟାଳୟରେ ଏଭଳି ୭ଟି ସ୍ଥାନରେ ଟିମ୍ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି।
ଟିମ୍‌ରେ ୬ ଜଣ ଡିଏସ୍‌ପି, ୭ଜଣ ଇନ୍ସପେକ୍ଟର ସାମିଲ ରହିଛନ୍ତି। ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ପକ୍ଷରୁ ସର୍ଚ୍ଚ ଓ୍ବାରେଣ୍ଟ ଅନୁମତି ମିଳିବା ପରେ ଉକ୍ତ ଯନ୍ତ୍ରୀଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031