Legatus

ଏଥର ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

 Breaking News

ଏଥର ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଏଥର ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
December 31
18:56 2024

ଭୁବନେଶ୍ୱର, ୩୧/୧୨ : ଆଉ କେଇ ଘଣ୍ଟାର ବ୍ୟବଧାନ ପରେ ଆରମ୍ଭ ହୋଇଯିବ ନୂଆ ବର୍ଷ । ଚଳିତ ନୂଆବର୍ଷ ପାଳନ କରିବେ ନାହିଁ ବିରୋଧୀ ଦଳ ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ନବୀନ ଏହି ନିଷ୍ପତ୍ତି ନେଇଛନ୍ତି ।
ଏହା ସହିତ ଆସନ୍ତକାଲି ନୂଆବର୍ଷ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ ନାହିଁ । ତେଣୁ ରାଜ୍ୟବାସୀଙ୍କୁ ଆଗୁଆ ଅଭିନନ୍ଦନ ଜଣାଇଛନ୍ତି ନବୀନ । ଏହା ସହିତ ସମସ୍ତଙ୍କୁ ନବୀନ ନିବାସ ନ ଆସିବାକୁ ଅନୁରୋଧ କରିଛନ୍ତି ।
ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ନୂଆବର୍ଷ ପାଳିବେ ନାହିଁ ବୋଲି ଘୋଷଣା କରିଛନ୍ତି । ଭେଟିବାକୁ ଆସିବା ବେଲେ କୌଣସି ଉପହାର କିମ୍ବା ଫୁଲ ତୋଡ଼ା ନ ଆଣିବାକୁ ଅନୁରୋଧ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ।
ମନମୋହନ ସିଂହଙ୍କ ଦେହାନ୍ତରେ କେନ୍ଦ୍ର ସରକାର ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ଏହି ସମୟରେ କୌଣସି ସରକାରୀ କାର୍ଯ୍ୟକ୍ରମ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉ ନାହିଁ । ଏହା ସହିତ ଜାତୀୟ ପତାକା ମଧ୍ୟ ଅର୍ଦ୍ଧ ନମିତ ହୋଇ ରହିଛି ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31