Indus Valley Times

ଏଫ୍.ଏମ୍ କଲେଜ ଅଧ୍ୟକ୍ଷ ଏବଂ ଏଚ୍ଓଡି ନିଲମ୍ବିତ, ଏଚ୍ଓଡି ଗିରଫ ପରେ କୋର୍ଟ ଚାଲାଣ

 Breaking News

ଏଫ୍.ଏମ୍ କଲେଜ ଅଧ୍ୟକ୍ଷ ଏବଂ ଏଚ୍ଓଡି ନିଲମ୍ବିତ, ଏଚ୍ଓଡି ଗିରଫ ପରେ କୋର୍ଟ ଚାଲାଣ

ଏଫ୍.ଏମ୍ କଲେଜ ଅଧ୍ୟକ୍ଷ ଏବଂ ଏଚ୍ଓଡି ନିଲମ୍ବିତ, ଏଚ୍ଓଡି ଗିରଫ ପରେ କୋର୍ଟ ଚାଲାଣ
July 12
20:49 2025

ବାଲେଶ୍ଵର, ୧୨/୭ : ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।
ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।
ତାଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ର ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଉଭୟ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଛାତ୍ରୀ ଜଣକର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷା ବିଭାଗର ବିଭାଗ ପ୍ରମୁଖ ଅଧ୍ୟାପକ ସମୀର କୁମାର ସାହୁଙ୍କ ନାମରେ ପୂର୍ବରୁ ନିର‌୍ୟାତନାର ଅଭିଯୋଗ ଆଣିଥିଲେ ଜନୈକ ଛାତ୍ରୀ। ଛାତ୍ରୀ ଜଣକ ହେଉଛନ୍ତି ଉକ୍ତ ବିଭାଗର ଦ୍ଵିତୀୟ ବର୍ଷର ଛାତ୍ରୀ ।
ସୂଚନା ମୁତାବକ ପାଖାପାଖି ଛଅ ମାସ ତଳେ ଅଧ୍ୟାପକ ଜଣକ ଛାତ୍ରୀଙ୍କ ଠାରୁ ଶାରୀରିକ ପ୍ରାପ୍ୟ ଆଶା କରିଥିଲେ। ମାତ୍ର ଛାତ୍ରୀ ଜଣକ ଅସ୍ବୀକାର କରିବାରୁ ଅଧ୍ୟାପକ ସମୀର ସାହୁ ଛାତ୍ରୀ ଜଣଙ୍କୁ ପ୍ରଥମେ କ୍ଲାସ ଅନୁପସ୍ଥିିତିକୁ କେନ୍ଦ୍ରକରି ଫେଲ୍ କରିଦେବାର ଧମକ ଦେଇଥିଲେ ଏବଂ ତାଙ୍କର ବ୍ୟକ୍ତିଗତ ଜୀବନର କିଛି ଘଟଣାବଳୀକୁ ତାଙ୍କ ପିତାମାତାଙ୍କୁ ଫୋନ ସାହାଯ୍ୟରେ ଜଣାଇଥିଲେ।
ଯାହାକି ସମ୍ପୂର୍ଣ୍ଣ ରୂପେ ଅଯୌକ୍ତିକ ଥିଲା। ଛାତ୍ରୀ ଜଣକ ଆତ୍ମରକ୍ଷା ପ୍ରଶିକ୍ଷଣରେ ଜଣେ ତାଲିମ ପ୍ରାପ୍ତ ଟ୍ରେନର। ସରକାରୀ ପ୍ରଶିକ୍ଷଣ ଶିବିର ଏବଂ ନିଜର ବ୍ୟକ୍ତିଗତ କାରଣରୁ ବହୁ ସମୟରେ ଅନୁପସ୍ଥିତ ରୁହନ୍ତି। ଏହି ସୁଯୋଗର ଫାଇଦା ଉଠାଇ ବାରମ୍ବାର ଛାତ୍ରୀ ଜଣକୁ ଅପମାନ କରିବା ସହ ଦୀର୍ଘ ମାସ ଧରି ନିର‌୍ୟାତନା ଦେଇ ଆସୁଥିଲେ ।
ଏଥିରେ ଅତିଷ୍ଠ ହୋଇ ଛାତ୍ରୀ ଜଣକ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ ମଧ୍ୟ କରିଥିଲେ ।ଏ ନେଇ ଛାତ୍ରୀଜଣକ କଲେଜ ଅଧ୍ୟକ୍ଷ ଓ ସହଦେଵଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।
ଏକ କମିଟି ଗଠନ କରାଯାଇ ଘଟଣାର ତଦନ୍ତଭାର ଦିଆଯାଇଥିଲେହେଁ ଏଯାବତ ଛାତ୍ରୀଙ୍କୁ ନ୍ୟାୟ ମିଳିନଥିଲା । ଏ.ଏସ.ପି ନିରଞ୍ଜନ ବେହେରା, ସହଦେବଖୁଣ୍ଟା ଥାନା ଅଧିକାରୀ ଅଜୟ କୁମାର ମୁର୍ମୁଙ୍କ ଉପସ୍ଥିତିରେ କଲେଜ କର୍ତ୍ତୃପକ୍ଷ ଏ ଘଟଣାର ତଦନ୍ତ କରିବା ସହିତ କାର‌୍ୟ୍ୟାନୁଷ୍ଠାନ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ଘଟଣାର ନିରପେକ୍ଷ ତଦନ୍ତ ପୂର୍ବକ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ନ କଲେ ଛାତ୍ରୀ ଜଣକ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930