Indus Valley Times

କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ, ମେଡିକାଲରେ ଭର୍ତ୍ତି

 Breaking News

କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ, ମେଡିକାଲରେ ଭର୍ତ୍ତି

December 28
13:22 2020

ଭୁବନେଶ୍ବର,୨୮/୧୨: କଂଗ୍ରେସର ବରିଷ୍ଟ ନେତା ନରସିଂହ ମିଶ୍ର ଅସୁସ୍ଥ । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।


ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସ ସଭାରେ ଭାଷଣ ଦେଉଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ ହୋଇଥିବାର ଖବର ମିଳିଛି। ସୋମବାର ଦିନ କଂଗ୍ରେସ ଦଳ ପକ୍ଷରୁ ଭୁବନେଶ୍ବରର ସିବିଆଇ ଅଫିସ୍ ଆଗରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିଲା। ସେଠାରେ ଭାଷଣ ଦେଉଥିବା ବେଳେ ହଠାତ ସେ ଛାତିକୁ ଧରି ତଳେ ବସିଯାଇଥିଲେ। ଏହାପରେ ତାଙ୍କୁ ତତକ୍ଷଣାତ୍ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।
ତେବେ ନରସିଂହ ମିଶ୍ର ଠିକ୍ ଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବଲାଙ୍ଗୀରରୁ ଆଜି ସକାଳେ ଭୁବନେଶ୍ବରକୁ ଫେରିଥିଲେ। ଦୀର୍ଘ ସମୟର ଯାତ୍ରା ହେତୁ ନରସିଂହ ମିଶ୍ର କ୍ଳାନ୍ତ ହୋଇପଡ଼ିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031