Indus Valley Times

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା

 Breaking News

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା
July 18
10:29 2023

କଣ୍ଟାବାଞ୍ଜି,୧୮/୭: କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ ଓ କାର୍ଯ୍ୟାଳୟ ବନ୍ଦ ରହିଛି। ଏଠାରେ ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି।
କଣ୍ଟାବାଞ୍ଜିରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଆଜିର ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡ଼ିଛି।
ବ୍ରଜଶ୍ୟାମ ଗୁରୁ (କାର୍ଯ୍ୟକାରୀ ସଭାପତି ,ଜିଲ୍ଲା ସଙ୍ଘର୍ଷ ସମିତି) , ଶେଷଦେବ ପଟେଲ (ସଭାପତି, ଜିଲ୍ଲା ସଙ୍ଘର୍ଷ ସମିତି), ବିଦେଶୀ ବେହେରା, ପ୍ରଦୀପ ବାଗ, ଦୁଃଖୀଶ୍ୟାମ ଗୁରୁ, ନରେନ୍ଦ୍ର ସୁନା ଓ ବିସର୍ଵ ବେହେରା ପ୍ରମୁଖ ସ୍ଥାନୀୟ ଇନ୍ଦିରା ଛକ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରି ବସିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30