Legatus

କନଷ୍ଟେବଳରୁ ଥାନାଧିକାରୀ ହୋଇଥିବା ବାବୁଙ୍କ ଘରୁ ମିଳିଲା ୩୭ ଲକ୍ଷ ଟଙ୍କା!

 Breaking News

କନଷ୍ଟେବଳରୁ ଥାନାଧିକାରୀ ହୋଇଥିବା ବାବୁଙ୍କ ଘରୁ ମିଳିଲା ୩୭ ଲକ୍ଷ ଟଙ୍କା!

November 28
17:30 2023

କଟକ/ବୈପାରିଗୁଡ଼ା,୨୮/୧୧: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି।
ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର ଟଙ୍କା ଜବତ ହୋଇଥିଲା। ବୈପାରୀଗୁଡ଼ା ସ୍ଥିତ ଘରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ଗତକାଲି ସାଢେ ୭ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଆଜି କଟକ ବକ୍ସିବଜାରସ୍ଥିତ ସରକାରୀ ବାସଭବନରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି। ଏଥିରେ ୫ଶହ ଟଙ୍କିଆ, ଶହେ ଓ ଦୁଇ ଶହ ଟଙ୍କିଆ ନୋଟ୍ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ନଗଦ ୨ ଲକ୍ଷ ୭୦ ହଜାର ଟଙ୍କା ଧରି ବସରେ କଟକ ଯାଉଥିବା ବେଳେ ସୋମବାର ସନ୍ଧ୍ୟାରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନାବାବୁ ସୁଶାନ୍ତ କୁମାର ଶତପଥୀଙ୍କୁ ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଧରିଥିଲେ। ଫଳରେ ଶ୍ରୀ ଶତପଥୀ ଭିଜିଲାନ୍ସର ଜାଲରେ ଛନ୍ଦି ହୋଇଯାଇଥିଲେ। ସଂପୃକ୍ତ ପୁଲିସ ବାବୁଙ୍କୁ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ବସରୁ ଓହ୍ଲାଇ ପଚରାଉଚରା କରିଥିଲେ। ତାଙ୍କୁ ଜୟପୁର ଥାନାରେ ଅଟକ ରଖାଯାଇଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930