Indus Valley Times

କନ୍ଧମାଳକୁ ପୁଣି ଫେରିଛି ଶୀତ, ଦାରିଙ୍ଗବାଡ଼ିରେ ବଢ଼ିଲାଣି ପର୍ଯ୍ୟଟକଙ୍କ ସୁଅ

 Breaking News

କନ୍ଧମାଳକୁ ପୁଣି ଫେରିଛି ଶୀତ, ଦାରିଙ୍ଗବାଡ଼ିରେ ବଢ଼ିଲାଣି ପର୍ଯ୍ୟଟକଙ୍କ ସୁଅ

କନ୍ଧମାଳକୁ ପୁଣି ଫେରିଛି ଶୀତ, ଦାରିଙ୍ଗବାଡ଼ିରେ ବଢ଼ିଲାଣି ପର୍ଯ୍ୟଟକଙ୍କ ସୁଅ
December 17
10:04 2021

ବାଲିଗୁଡା,୧୭/୧୨: ଲଘୁଚାପ ବର୍ଷା ପରେ କନ୍ଧମାଳରକୁ ପୁଣି ଫେରିଛି ଶୀତ । ବାଲିଗୁଡ଼ା ଅଞ୍ଚଳରେ ଶୀତର ଲହରୀ ଆରମ୍ଭ ହୋଇଯାଇଛି । ବାଲିଗୁଡ଼ା ସମେତ ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ବଢ଼ିଲାଣି ଶୀତ । ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲିସିୟସ ରହିଛି ।
ସଞ୍ଜ ନଇଁଲେ ଉପାନ୍ତ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଉଛି । ସକାଳ ପ୍ରାୟ ୯ଟା ଯାଏଁ ଘନ କୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ ।
ଘନ କୁହୁଡିରେ ଆଚ୍ଛାଦିତ ହୋଇଛି ସମଗ୍ର ଅଞ୍ଚଳ । ଅସହ୍ୟ ଜାଡ଼ରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି । ଗରିବ ଓ ଶ୍ରମଜୀବି କର୍ମ କ୍ଷେତ୍ରକୁ ଯାଇ ପାରୁ ନାହାନ୍ତି ।
ସେପଟେ ନିଜକୁ ସୁସ୍ଥ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣି ଓ୍ବାକ୍,ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି ।
ଶୀତ ବଢୁଥିବାରୁ କର୍ମଜୀବି ଓ ଗରିବ ଗୁରୁବା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ନିଆଁର ଆଶ୍ରୟ ନେଉଛନ୍ତି । ପ୍ରଶାସନ ପକ୍ଷରୁ ଗରିବ ଲୋକଙ୍କୁ ଶୀତ ବସ୍ତ୍ର କମ୍ବଳ ବଣ୍ଟନ କରାଯାଇ ନାହିଁ ।
ଅସହ୍ୟ ଶୀତରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି ବେଲଘର ମଣ୍ଡାସୁରର ପ୍ରାକୃତିକ ବିଭବ ଅତି ନିକଟରୁ ଦେଖିବାକୁ ପର୍ଯ୍ୟଟକଙ୍କ ସୂଅ ଛୁଟିଲାଣି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031