Indus Valley Times

କନ୍ଧମାଳ: ଓଡିଶା ଆଦର୍ଶ ବିଦ୍ୟାଳୟ ବାଲିଗୁଡାର ତୃତୀୟ ବାର୍ଷିକ ଉତ୍ସବ “ନାଦବ୍ରହ୍ମ”ପାଳିତ

 Breaking News

କନ୍ଧମାଳ: ଓଡିଶା ଆଦର୍ଶ ବିଦ୍ୟାଳୟ ବାଲିଗୁଡାର ତୃତୀୟ ବାର୍ଷିକ ଉତ୍ସବ “ନାଦବ୍ରହ୍ମ”ପାଳିତ

April 06
20:39 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା,୬/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦଣ୍ଡପଦର ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ “ନାଦବ୍ରହ୍ମ” ପାଳିତ ହୋଇଯାଇଛି। ବିଦ୍ୟାଳୟର ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ପ୍ରଥମେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ସମସ୍ତ ଅତିଥି ଙ୍କୁ ଚନ୍ଦନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
ଶିକ୍ଷକ ଚିନ୍ତମଣି ରଣା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ସଭା କୁ ଆମନ୍ତ୍ରଣ କରିଥିଲେ। ପ୍ରଥମେ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯିବା ସହ ପ୍ରଦୀପ ପ୍ରଜ୍ବଳନ କରି ସଭା କାର‌୍ୟ୍ୟ ଆରମ୍ଭ ହୋଇଥିଲା।
ବିଦ୍ୟାଳୟ ର ଅଧ୍ୟକ୍ଷ ଜୀତେନ୍ଦ୍ର କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିବା ସହ ବିଦ୍ୟାଳୟ ର ସୁବିଧା ଓ ଅସୁବିଧା ସମ୍ପର୍କ ରେ ଆଲୋକ ପାତ କରିଥିଲେ।ଏହି ଉତ୍ସବ ରେ ବାଲିଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ବିଦ୍ୟାଳୟ ର ଉପାଧ୍ୟକ୍ଷ ଶଶାଙ୍କ ଶେଖର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଇଂରାଜୀ ଢାଞ୍ଚା ରେ ପିଲାଙ୍କ ପାଇଁ ଗଠିତ ହୋଇଥିବା ଆଦର୍ଶ ବିଦ୍ୟାଳୟ ର ଲକ୍ଷ୍ୟ ସଂପର୍କ ରେ କହିବା ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏ ଭଳି ଏକ କାରଖାନା ହେବା ଆବଶ୍ୟକ ଯାହା ସମାଜରେ ଗୋଟିଏ ଗୋଟିଏ ପ୍ରତିଭାବାନ ଛାତ୍ର ଛାତ୍ରୀ ଗଠନ ସହ ଆଦର୍ଶ ବ୍ୟକ୍ତି ଗଢିତୋଳିବା ରେ ସହାୟକ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ।
ଏହା ସହ ମୁଖ୍ୟବକ୍ତା ଭାବେ ପୂର୍ବତନ ମହାବିଦ୍ୟାଳୟ ଅଧ୍ୟକ୍ଷ ମଧୁସୂଦନ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ବ୍ରହ୍ମଗିରି ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଯଶୋବନ୍ତ ନାରାୟଣ ବେହେରା, ଜଗନ୍ନାଥପ୍ରାସାଦ ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଦଣ୍ଡପାଣି ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ର ପୂର୍ବ ଅନୁଭୂତି ବର୍ଣ୍ଣନା କରିବା ସହ ଅଭିଭାବକ, ଛାତ୍ର ଛାତ୍ରୀ ଓ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ ଏକ ସୁନ୍ଦର ଅନୁଷ୍ଠାନ ସୃଷ୍ଟି ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା ।
ଶେଷରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାରେ ପାରଦର୍ଶିତା ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ପୂର୍ବତନ ଶିକ୍ଷକ ମାନଙ୍କୁ ମଧ୍ୟ ଶିକ୍ଷକ ଶୁଭମ ମୋହନ ଶ୍ରୀଚନ୍ଦନ ନାୟକ ସଭା ମଞ୍ଚ କୁ ଡାକିଥିବା ବେଳେ ବିଦ୍ୟାଳୟ ପରିଚାଳନା ଉନ୍ନୟନ କମିଟି ସଦସ୍ୟ ଗୋପବନ୍ଧୁ ତ୍ରିପାଠୀ ଉପଢୌକନ ପ୍ରଦାନ କରିବା ସହ ମାନପତ୍ର ପ୍ରଦାନ କରିଥିଲେ ।
ଶେଷ ରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସଚେତନ ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜିତ ହୋଇଥିଲା। ଏଥିରେ ଚିନ୍ତାମଣି ରଣା, ଜିତେନ୍ଦ୍ର କୁମାର ସାହୁ, ନିର୍ମଳ ବାରିକ, ଲିପ୍ସା ନାୟକ, ନିହାରିକା ଦାସ, ସୁମିତା କହଁର, ଯାଜ୍ଞସିନି ଭୋଇ, ଅମର ନାଥ ବେହେରା, ମଦନା ବତୀ କହଁର, ଯୌତି ବେହେରା, ଆଦିତ୍ୟ ପ୍ରସାଦ ମହାଭୋଇ, ସୁଭସ୍ମିତା ପ୍ରିୟ ଦର୍ଶନୀ, ଶ୍ରୀଚନ୍ଦନ ନାୟକ, ବାଣୀ ଭୂଷଣ ବେହେରା ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।
କନ୍ଧମାଳ: ଟଙ୍କା ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଏସବିଆଇର ଡେପୁଟି ମ୍ୟାନେଜର ଗିରଫ
କନ୍ଧମାଳ,୬/୪: କନ୍ଧମାଳ ଜିଲ୍ଲା ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ତତ୍କାଳୀନ ଡେପୁଟି ମ୍ୟାନେଜର ତଥା ଫିଲ୍ଡ ଅଫିସର ଆଶୁତୋଷ ଆଚାର୍ଯ୍ୟ।
ଇଓଡବ୍ଲ୍ୟୁ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୧/୨୨ ମସିହାରେ ଆଶୁତୋଷ ନିଜ ପଦବୀର ଦୂରପଯୋଗ କରି ବିଭିନ୍ନ ବ୍ୟକ୍ତିଙ୍କ ନାମରେ ପ୍ରାୟ ୮ କୋଟି ଟଙ୍କାର ଋଣ ବେଆଇନ ଭାବେ ମଞ୍ଜୁର କରିଥିଲେ।
ଏହାପରେ ଏ ସମସ୍ତ ଋଣ ଅର୍ଥକୁ ସେ ନିଜ ସମ୍ପର୍କୀୟ ମାନଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହଡ଼ପ କରିଥିଲେ। ସୂଚନାଯୋଗ୍ୟ, ଅଭିଯୁକ୍ତ ଆଶୁତୋଷ ୫୯ଜଣଙ୍କ ନାମରେ ସରକାରୀ ଚାକିରିଆ ମାନଙ୍କ ପାଇଁ ଉଦ୍ଦିଷ୍ଟ ଏକ୍ସପ୍ରେସ କ୍ରେଡିଟ ଲୋନ ମଞ୍ଜୁର କରିଥିଲେ। ଯାହାର ପରିମାଣ ରହିଥିଲା ୬ କୋଟି ୭୭ଲକ୍ଷ ୩୦ହଜାର ଟଙ୍କା।
ସେହିଭଳି ସେ ୨୬ଜଣଙ୍କ ନାମରେ ୯୯ଲକ୍ଷ ୮୨ହଜାର ୭୯୫ ଟଙ୍କାର ପେନସନ ଋଣ ମଞ୍ଜୁର କରିଥିଲେ। ଏହିଭଳି ଭାବେ ସମୁଦାୟ ୮କୋଟି ୧ଲକ୍ଷ ୮୭ହଜାର ଟଙ୍କା ଋଣ ମଞ୍ଜୁର କରାଯାଇଥିଲା।
ଯାହାକି ପରବର୍ତ୍ତୀ ସମୟରେ ଆଶୁତୋଷ ନିଜ ଘରଲୋକଙ୍କ ଆକାଉଣ୍ଟକୁ ପଠାଇ ଦେଇଥିଲେ। ପରେ ଋଣ ମଞ୍ଜୁର କରାଯାଇଥିବା ବ୍ୟକ୍ତିମାନେ ସରକାରୀ ଚାକିରିଆ କିମ୍ବା ପେନସନଭୋଗୀ ନ ଥିବା ଜଣାପଡ଼ିଥିଲା। ଏନେଇ ଅଭିଯୋଗ ହେବାରୁ ଆଶୁତୋଷଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ପରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖାରେ ଏନେଇ ୧୪/୨୩ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରୁ ଘଟଣାର ସତ୍ୟତା ଜଣାପଡ଼ିବା ପରେ ଆଶୁତୋଷଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031