Indus Valley Times

କବର ନେଲେ ବଳଙ୍ଗା ପୀଡ଼ିତା, ବାୟାବର ଗାଁରେ ଶୋକାକୁଳ ପରିବେଶ

 Breaking News

କବର ନେଲେ ବଳଙ୍ଗା ପୀଡ଼ିତା, ବାୟାବର ଗାଁରେ ଶୋକାକୁଳ ପରିବେଶ

August 04
12:25 2025

ଭୁବନେଶ୍ୱର,୪/୮: ଶେଷରେ ହାରିଗଲେ ବଳଙ୍ଗା ପୀଡ଼ତା। ଜୀବନ ଯୁଦ୍ଧରେ ସଂଗ୍ରାମ କରି ହାରିଯିବା ପରେ ତାଙ୍କର ମୃତ୍ୟୁକୁ ନେଇ ସମସ୍ତେ ଯେଭଳି ସ୍ତବ୍ଧ ହୋଇଯାଇଛନ୍ତି।
ସୋମବାର ସକାଳେ ଇସଲାମ ଧର୍ମ ଅନୁଯାୟୀ ପୀଡ଼ିତାଙ୍କୁ ତାଙ୍କ ଜନ୍ମିତ ଗାଁରେ କବର ଦିଆଯାଇଛି। ଶୋକାକୂଳ ପରିବେଶ ଭିତରେ ପୀଡ଼ିତାଙ୍କୁ କବର ଦିଆଯାଇଥିବା ବେଳେ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇଥିଲେ।
ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ ସମୟକ୍ରମେ ସବୁ ସତ ସାମ୍ନାକୁ ଆସିବ।
ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ସହଯୋଗ କରିଥିଲେ ହେଲେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ। ସେ ଆହୁରି କହିଛନ୍ତି , ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ପରିବାର ପ୍ରତି ଯାହା କରିବାର ଅଛି କରାଯିବ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଥିଲେ ଓ ଅଛନ୍ତି।
ପୋଲିସ ଉପରେ ଆପଣ ଭରସା ରଖନ୍ତୁ ଯାହା ସତ୍ୟ ତାହା ନିଶ୍ଚିତ ଭାବେ ପଦାକୁ ଆସିବ।
ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ ନିଆଯାଇଥିଲା ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930