Indus Valley Times

କରୋନା କଟକଣା କୋହଳ କଲା ବିଏମସି: ବିବାହ ,ବ୍ରତଘର ଓ ଶୁଦ୍ଧିକ୍ରିୟାରେ ଯୋଗ ଦେଇପାରିବେ ୨୫୦ ଜଣ ଲୋକ

 Breaking News

କରୋନା କଟକଣା କୋହଳ କଲା ବିଏମସି: ବିବାହ ,ବ୍ରତଘର ଓ ଶୁଦ୍ଧିକ୍ରିୟାରେ ଯୋଗ ଦେଇପାରିବେ ୨୫୦ ଜଣ ଲୋକ

କରୋନା କଟକଣା କୋହଳ କଲା ବିଏମସି: ବିବାହ ,ବ୍ରତଘର ଓ ଶୁଦ୍ଧିକ୍ରିୟାରେ ଯୋଗ ଦେଇପାରିବେ ୨୫୦ ଜଣ ଲୋକ
October 30
18:06 2021

ଭୁବନେଶ୍ୱର, ୩୦/୧୦ : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଚଳିତ ମାସ ପ୍ରଥମ ସପ୍ତାହରେ ଲାଗୁ କରାଯାଇଥିବା କୋଭିଡ କଟକଣାରେ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବାରୁ ଏଣିକି ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ୨୫୦ ଲୋକ ଯୋଗ ଦେଇପାରିବେ।
ନଭେମ୍ବର ୧ ତାରିଖ ଠାରୁ ନୂଆ ଗାଇଡଲାଇନ ଲାଗୁ ହେବ। ତେବେ ନୂଆ ଗାଇଡଲାଇନ୍ ଅନୁସାରେ ଏହି ସବୁ କାର୍ଯ୍ୟକ୍ରମରେ ଯେକୌଣସି ସମୟରେ ୨୫୦ ଜଣ ଲୋକ ଯୋଗ ଦେଇପାରିବେ ।
ଅନ୍ୟପଟେ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ସାମାଜିକ ଦୂରତା, ମାସ୍କ ଓ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଛି । ତତସହିତ ଛୋଟ ପିଲା, ଗର୍ଭବତୀ ମହିଳା ଓ ବୟସ୍କ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବାରଣ କରିଛି ବିଏମସି । ଆଗକୁ ପାର୍ବଣ ଋତୁ ଆସୁଛି । ତେଣୁ ଏହାକୁ ଲକ୍ଷ୍ୟ ରଖି ବିଏମସି ଏପରି ଗାଇଡଲାଇନ୍ ଜାରି କରିଛି ।
କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ବିଏମସି ତରଫରୁ ଗାଇଡଲାଇନ୍ ଧାର୍ଯ୍ୟ କରାଯାଇଥିଲା । ଯେଉଁଥିରେ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ କେବଳ ୫୦ ଜଣ ଲୋକ ଯୋଗ ଦେଇପାରିବେ ବୋଲି କୁହାଯାଇଥିଲା । ବର୍ତ୍ତମାନ ପରିପ୍ରେକ୍ଷୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ବିଏମ୍ସି ଗୋଟିଏ ପରେ ଗୋଟିଏ କଟକଣା କୋହଳ କରୁଛି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930