Indus Valley Times

କାଲିଠୁ ଖୋଲିବ ସ୍କୁଲ, ଅଫଲାଇନରେ ପାଠପଢିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

 Breaking News

କାଲିଠୁ ଖୋଲିବ ସ୍କୁଲ, ଅଫଲାଇନରେ ପାଠପଢିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

February 27
15:45 2022

ଭୁବନେଶ୍ୱର ୨୭/୨ : କରୋନା କେସ୍ କମିଛି । ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲେ । ସେଥିରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ସପ୍ତାହ ସାରା କେବଳ ଆକ୍ଟିଭ କରାଯିବ, ପାଠ ପଢ଼ାଯିବ ନାହିଁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପିଲାମାନେ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାଁନ୍ତି । ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ମିଶ୍ରଣ କରାଯିବ। ଯାହାଫଳରେ ପିଲାମାନେ ପଛେଇ ଯିବେ ନାହିଁ ।
ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେଟ ହୋଲ୍ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031