Indus Valley Times

କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

 Breaking News

କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

February 13
14:01 2023

କେନ୍ଦୁଝର,୧୩/୨: କେନ୍ଦୁଝରରେ ପ୍ରତିଷ୍ଠିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ବି ଉଠାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ସମୟରେ ବିଏସକେୱାଇ ଓ ବିର୍ସା ମୁଣ୍ଡା ଷ୍ଟାଡିୟମ୍ ବିଷୟରେ ସେମାନଙ୍କ ସହ କଥା ହୋଇଛନ୍ତି।
ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲ ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଖୁବ୍ ଶୀଘ୍ର ଏହି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ସମସ୍ତ ବିଭାଗ କାର‌୍ୟ୍ୟକ୍ଷମ ହେବା ସହିତ ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାବାସୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ମିଳିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ୨୦୧୬ରେ ଏହି ମେଡିକାଲ କଲେଜ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ।
ଏହାଛଡ଼ା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତରେ ଆସି କେନ୍ଦୁଝରବାସୀଙ୍କୁ ପ୍ରାୟ ୪୭୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି। ସେ କେନ୍ଦୁଝରରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦାନ କରି ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଥିବାର ସୂଚନା ରହିଛି। ଏହି କାର‌୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ଓ ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପ୍ଳବୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯିବା କଥା ଘୋଷଣା କରିଥିଲେ। ଡିଡି କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ପରେ କେନ୍ଦୁଝର ଜିଲ୍ଲାର ଛାତ୍ରଛାତ୍ରୀ ଉପକୃତ ହେବେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031