Indus Valley Times

କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ପ୍ରକ୍ରିୟାରେ କୌଣସି ତ୍ରୁଟି ନ ଥିଲା: ସୁପ୍ରିମ୍ କୋର୍ଟ

 Breaking News

କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ପ୍ରକ୍ରିୟାରେ କୌଣସି ତ୍ରୁଟି ନ ଥିଲା: ସୁପ୍ରିମ୍ କୋର୍ଟ

କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ପ୍ରକ୍ରିୟାରେ କୌଣସି ତ୍ରୁଟି ନ ଥିଲା: ସୁପ୍ରିମ୍ କୋର୍ଟ
January 02
12:23 2023

ନୂଆଦିଲ୍ଲୀ,୨/୧: ବିମୁଦ୍ରୀକରଣ ନେଇ ସୁପ୍ରିମକୋର୍ଟଙ୍କ ଆସିଲା ବଡ଼ ରାୟ। କେନ୍ଦ୍ର ସରକାରଙ୍କୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ। ମୋଦି ସରକାରଙ୍କ ବିମୁଦ୍ରୀକର୧ଣ ନିଷ୍ପତ୍ତି ଠିକ୍ ଥିଲା। ଏହି ପ୍ରକ୍ରିୟାରେ କୌଣସି ବୋଲି କହିଲେ ସର୍ବୋଚ୍ଚ ଅଦାଲତ। ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଆଜି ଏହି ରାୟ ଶୁଣାଇଛନ୍ତି। ଏଥିସହ ବିମୁଦ୍ରୀକରଣକୁ ନେଇ ହୋଇଥିବା ୫୮ଟି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି।
୨୦୧୬ ନଭେମ୍ବର ୮ ତାରିଖରେ ବିମୁଦ୍ରୀକରଣ ନେଇ ଘୋଷଣା କରିଥିଲେ କେନ୍ଦ୍ର ସରକାର। ସମସ୍ତ ୫୦୦ ଓ ୧୦୦୦ ଟଙ୍କିଆ ନୋଟକୁ ବିମୁଦ୍ରୀକରଣ କରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ସରକାରଙ୍କ ଏହି ନିଷ୍ପତ୍ତିକୁ ବେଆଇନ ଦର୍ଶାଇ ୫୮ଟି ଆବଦେନ ହୋଇଥିଲା। ଗତ ଡିସେମ୍ବର ୭ରେ ସୁପ୍ରିମକୋର୍ଟଙ୍କ ସମ୍ବିଧାନ ପୀଠରେ ମାମଲାର ଶୁଣାଣି ହୋଇଥିଲା। ଶୁଣାଣି ପରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଥିଲେ। ଏଥିସହ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଏବଂ କେନ୍ଦ୍ର ସରକାରକୁ ସମସ୍ତ ଆବଶ୍ୟକ ଦସ୍ତାବିଜ୍ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ତେବେ ଆଜି ଜଷ୍ଟିସ ଏସ୍.ଏ.ନାଜିରଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲରେ ନିଜ ରାୟ ଶୁଣାଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଏହି ନିଷ୍ପତ୍ତିକୁ ବଦଳାଇ ଯାଇପରିବ ନାହିଁ। ବିମୁଦ୍ରୀକରଣ ନିଷ୍ପତ୍ତିରେ କୌଣସି ତ୍ରୁଟି ନାହିଁ। ସମସ୍ତ ରେକର୍ଡ ଯାଞ୍ଚ ପରେ ଏହି ନିଷ୍ପତ୍ତି ନିଆଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୧୬ ମସିହା ନଭେମ୍ବର ୮ ତାରିଖରେ ସରକାର ବିମୁଦ୍ରାକରଣ ଘୋଷଣା କରିଥିଲେ । ପୁରୁଣା ୫ଶହ ଓ ୧ ହଜାର ଟଙ୍କିଆ ନୋଟ୍ ସବୁକୁ ବିମୁଦ୍ରାକରଣ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ କଳାଧନ ବିରୋଧରେ ଏକ ବଡ଼ ପଦକ୍ଷେପ ବୋଲି ଦର୍ଶାଇଥିଲେ। ମୋଦି ସରକାରଙ୍କ ଏହି ନିଷ୍ପତ୍ତି ପରେ ସାରା ଦେଶରେ ଚହଳ ପଡିଯାଇଥିଲା। ବ୍ୟାଙ୍କ ଆଗରେ ଲୋକମାନଙ୍କୁ ଲମ୍ବା ଧାଡିରେ ଛିଡା ହେବା ପାଇଁ ପଡିଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031