Indus Valley Times

କୋଭିଡ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ; ନିହାତି ଜରୁରୀ ନଥିଲେ ବାହାରକୁ ନ ଯିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

 Breaking News

କୋଭିଡ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ; ନିହାତି ଜରୁରୀ ନଥିଲେ ବାହାରକୁ ନ ଯିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

କୋଭିଡ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ; ନିହାତି ଜରୁରୀ ନଥିଲେ ବାହାରକୁ ନ ଯିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
August 04
19:49 2021

ଭୁବନେଶ୍ୱର, ୪/୮ : କୋଭିଡ୍ ନିୟମ ଠିକ ଭାବେ ପାଳନ ନକଲେ ଲକଡାଉନ ପାଇଁ ବାଧ୍ୟ ହେବୁ । ବୁଧବାର ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ଭାଇରସ ଏବଂ ଏହାର ମୁକାବିଲା ସମ୍ପର୍କରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେ କହିଛନ୍ତି ଯେ, ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି। ଭୁବନେଶ୍ୱରରେ କୋଭିଡ଼ କେସ୍ ସ୍ଥିର ରହିଛି। ବିଶ୍ୱର ଅନ୍ୟ ଦେଶମାନଙ୍କରେ ତୃତୀୟ ଲହର ଘାତକ ହେଲାଣି। ଭାରତରେ ୩ୟ ଲହର ଶୀଘ୍ର ଆସିବା ନେଇ ଏକ୍ସପର୍ଟ ସତର୍କ କଲେଣି। ଓଡ଼ିଶା ଧିରେ ଧିରେ ଅନ୍ଲକ୍ ହେଉଛି।
ଲକଡାଉନ ଯୋଗୁଁ କିଛି ଲୋକଙ୍କ ଜୀବିକା ଗୁରୁତର ପ୍ରଭାବିତ ହୋଇଥିଲା। ଜୀବନ ଓ ଜୀବିକା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ପରିସ୍ଥିତିରେ ମୁଁ ଆପଣମାନଙ୍କୁ ସତର୍କ କରାଇବାକୁ ଚାହୁଁଛି।
କୋଭିଡ଼ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନି। କରୋନା ଭାଇରସ ଏବେ ବି ଆମ ଆଖପାଖରେ ଲୁଚି ରହିଛି। ରୂପ ବଦଳାଇ ଗୁରୁତର ଆକ୍ରମଣ କରିବାର ଶକ୍ତି ରଖିଛି ଭାଇରସ। ଆମେ କୌଣସି ପ୍ରକାର ସତର୍କତାରେ ଢିଲା କରିବା ଅନୁଚିତ।
ନିହାତି ଜରୁରୀ ନଥିଲେ ଆମେ ବାହାରକୁ ବାହାରିବା ନାହିଁ। ଭିଡ଼ କରିବାନି, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖିବା। ନିୟମ ଠିକ ଭାବେ ପାଳନ ନକଲେ ଲକଡାଉନ ପାଇଁ ବାଧ୍ୟ ହେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ନବୀନ କହିଛନ୍ତି ଯେ ଅନଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି । ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ । ଏହାଦ୍ୱାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି ।
ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ complete lockdown ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।
ଦ୍ୱିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି ।
କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ୱିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ ।
ଆମର ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ୱପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।
ଦ୍ୱିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ୱପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031