Indus Valley Times

ଖରସ୍ରୋତା ଗଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୭ ସାଙ୍ଗ

 Breaking News

ଖରସ୍ରୋତା ଗଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୭ ସାଙ୍ଗ

ଖରସ୍ରୋତା ଗଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୭ ସାଙ୍ଗ
March 18
17:07 2022

ଯାଜପୁର, ୧୮/୩ : ହୋଲି ଉତ୍ସବ ପରେ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ୭ ଜଣ ଭାସିଯାଇଛନ୍ତି। ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଡ଼ସୁଆଁର ଗାଁ ନିକଟ ଦେଇ ପ୍ରବାହିତ ହେଉଥିବା
ଖରସ୍ରୋତା ନଦୀ ମଙ୍ଗଳାଘାଟରେ ଶୁକ୍ରବାର ଅପରାହ୍ନରେ ଏହି ଅଘଟଣ ଘଟିଛି। ତେବେ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ୫ ଜଣ ନିଖୋଜ ହୋଇଯାଇଛନ୍ତି। ସମସ୍ତଙ୍କର ବୟସ ୧୫ରୁ ୨୧ ବର୍ଷ ବୟସ ମଧ୍ୟରେ ହେବ।
ସୂଚନା ଅନୁସାରେ ବଡ଼ସୁଆଁର ଗାଁରେ ଆଜି ହୋଲି ଉତ୍ସବ ପାଳନ ହୋଇଥିଲା। ଅପରାହ୍ନ ପ୍ରାୟ ୨ଟାରେ ୭ ଜଣ ପିଲା ଗାଁ ନିକଟ ଦେଇ ପ୍ରବାହିତ ଖରସ୍ରୋତା ନଦୀରେ ଗାଧୋଇବାକୁ ଯାଇଥିଲେ। ଜଳର ସ୍ରୋତ ପ୍ରଖର ଥିବାରୁ ସମସ୍ତେ ଭାସିଯାଇଥିଲେ।
ସୂଚନା ପାଇଁ ଓଡ୍ରାଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଛିଛି। ଉଦ୍ଧାର କାର୍ଯ୍ୟ ଜାରି ଥିବା ବେଳେ ରିପୋର୍ଟ ଲେଖାଯିବା ବେଳକୁ ଜଣଙ୍କର ମୃତ୍ୟୁ ହୋଇସାରିଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
କିନ୍ତୁ ଗୁରୁତର ବ୍ୟକ୍ତିଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ୫ ଜଣଙ୍କର କୌଣସି ଖବର ମିଳିପାରି ନାହିଁ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031