Indus Valley Times

ଖୁସି ଖବର ଦେଲେ ସରକାର; ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

 Breaking News

ଖୁସି ଖବର ଦେଲେ ସରକାର; ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

ଖୁସି ଖବର ଦେଲେ ସରକାର; ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା
March 13
19:36 2024

ଭୁବନେଶ୍ବର, ୧୩/୩: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ ।
ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।
ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031