Legatus

ଗଛରେ ପିଟି ହେଲା ବରଯାତ୍ରୀ କାର, ଭୋଜି ଖାଇ ଫେରୁଥିଲେ

 Breaking News

ଗଛରେ ପିଟି ହେଲା ବରଯାତ୍ରୀ କାର, ଭୋଜି ଖାଇ ଫେରୁଥିଲେ

December 11
10:36 2023

ବାଙ୍କୀ, ୧୧/୧୨ : ବିବାହ ଭୋଜିରୁ ଘରକୁ କାରରେ ଫେରୁଥିଲେ। ଅଧା ବାଟରେ ଗଛରେ ପିଟିହେଲା କାର୍। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ରଣଶଙ୍ଖ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ୩ ଜଣ ଯୁବକ ବିବାହ ଭୋଜିରୁ ଯୋଗ ଦେଇ ଏକ କାର୍ରେ ବାଙ୍କୀରୁ ଆଠଗଡ଼ ନିଜ ଘରକୁ ଫେରୁଥିଲେ। ରଣଶଙ୍ଖ ଠାରେ ବୁଲାଣୀ ରାସ୍ତାରେ କାର୍ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା।
ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ସ୍ଥାନୀୟ ଲୋକେ ଆହତ ଯୁବକଙ୍କୁ ଉଦ୍ଧାର କରି ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ କାର୍କୁ ଜବତ କରି ଘଟଣାର ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930