Indus Valley Times

ଗଜପତି :ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି :ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି :ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ
July 03
17:30 2026

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୩/୭ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଅତିଥି ଭାବେ ଯୋଗ ଦେଇଥିଲେ।
ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଆସିଥିବା ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାହିତ୍ୟ ସମ୍ପର୍କିତ ବକ୍ତୃତା , କବିତା ଆବୃତ୍ତି , ପ୍ରବନ୍ଧ ଲିଖନ , ସାଧାରଣ ଜ୍ଞାନ ଏବଂ ଇଂରାଜୀ\’ରୁ ଓଡ଼ିଆ ଅନୁବାଦ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା।
ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରବ, ଆଚାର‌୍ୟ୍ୟ ଶ୍ରୀ ବିନୋଦ ଚନ୍ଦ୍ର ଜେନା , ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ଶ୍ରୀ ହୃଷୀକେଶ ଗୌଡ଼ , ଶ୍ରୀମତୀ ଆଶାଲତା ପାଣୀଗ୍ରାହୀ , ଡ଼ଃ କଲ୍ୟାଣୀ ମିଶ୍ର , ଡ଼ଃ ଚାରୁପ୍ରଭା ନାୟକ , ଶ୍ରୀ ଶଶୀଭୂଷଣ ପଟ୍ଟନାୟକ , ଶ୍ରୀ ହରପ୍ରସାଦ ସୁଆର , ଶ୍ରୀ ପ୍ରମୋଦ ଚନ୍ଦ୍ର ପାଢ଼ୀ , ସୁଶ୍ରୀ ଶ୍ୱେତା ପଟ୍ଟନାୟକ ଓ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।
ଏହି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି ।
କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଉପସ୍ଥିତ ଥିବା କୃତୀ ଛାତ୍ରଛାତ୍ରୀ , ବିଚାରକ ମଣ୍ଡଳୀ , ବିଦ୍ୟାଳୟର ପ୍ରଧାନ ଶିକ୍ଷକ , ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

November 2026
M T W T F S S
 1
2345678
9101112131415
16171819202122
23242526272829
30