Legatus

ଗଜପତି: ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କାନାଡାର ଦମ୍ପତି

 Breaking News

ଗଜପତି: ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କାନାଡାର ଦମ୍ପତି

October 22
11:19 2024

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୨/୧୦: ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୭ ଏବଂ ୫୮ତମ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ପୋଷ୍ୟ ସନ୍ତାନ ଭାବେ ସୁଦୂର କାନାଡା ଦେଶର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି ।
ସୂଚନା ପ୍ରକାରେ ପିତୃମାତୃହୀନ ଏହି ଦୁଇ ଶିଶୁପୁତ୍ରଙ୍କୁ , ଶିଶୁ ମଙ୍ଗଳ ସମିତି ଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିସାନ ସାଲୋମ ଶିଶୁ ଯତ୍ନ ଅନୁଷ୍ଠାନ , ଗୁମ୍ମା ଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରା ଯାଉଥିଲା।
ପରବର୍ତ୍ତି ମୁହୁର୍ତ୍ତରେ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ଶିଶୁ ମଙ୍ଗଳ ସମିତି , ଶିଶୁଦ୍ଵୟଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଙ୍କର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରା ଯାଇଥିଲା , ଯାହାଦ୍ବାରା ଶିଶୁଦ୍ୱୟ ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବେ , ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆ ଯାଇଥିଲା।
ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ତିନି ବର୍ଷ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା କାନାଡା ଦେଶର ଏକ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଦ୍ଵୟଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ।
ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ , ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଦ୍ଵୟଙ୍କୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ।
ସମ୍ପର୍କରେ ଶିଶୁଦ୍ଵୟ ଦୁଇ ଭାଇ ହୋଇ ଥିବାବେଳେ, ଶିଶୁଦ୍ଵୟଙ୍କୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ହସ୍ତାନ୍ତର ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରୀପାଠୀ , ନିସାନ ସାଲୋମ ଶିଶୁ ଯତ୍ନ ଅନୁଷ୍ଠାନର ପରିଚାଳକ ଶୁଭଙ୍କର ଲିମ୍ମା , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31