Indus Valley Times

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 Breaking News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

July 11
10:22 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୧/୭: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଉଖୁରା ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍: କୁମାରଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ , ଶ୍ରୀ ଫାଲଗୁନି ମାଝୀ, ଗଜପତି ସ୍ବତନ୍ତ୍ର ଉନ୍ନୟନ ପରିଷଦ , ଅଧ୍ୟକ୍ଷା ଶ୍ରୀମତୀ ମରୀୟମ୍ ରଇତ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ ମଞ୍ଚାସିନ ଥିଲେ ।
ଏହି କାର୍ଯ୍ୟକ୍ରମରେ ଉଖୂରା ପଞ୍ଚାୟତ ସମେତ ତରଭା , ରାଙ୍ଗିଡି ଓ ଗୁମ୍ମା ପ୍ରଭୃତି ଗ୍ରାମ ପଞ୍ଚାୟତର ମୋଟ ୭୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୧ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୪୫ ଥିଲା । ଆସିଥିବା ଉଭୟ ବ୍ୟକ୍ତିଗତ ଓ ଗ୍ରାମଭିତ୍ତିକ ମୋଟ ୭୬ ଟି ସମସ୍ୟା ଅଭିଯୋଗ ମଧ୍ୟରୁ ୨୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୫୩ ଜଣ ହିତଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରା ଯାଇଥିଲା।
ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ପ୍ରଧାନ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ସ୍ଥାନୀୟ ସରପଞ୍ଚ ଶ୍ରୀ ଜେଶୀ ଗମାଙ୍ଗ , ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁପ ଅଭିଷେକ ବେହେରା , ତହସିଲଦାର ଶ୍ରୀ କୈଳାସ ତ୍ରୀପାଠୀ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031