Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
May 01
19:53 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧/୫: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ରାଜେନ୍ଦ୍ର ମିଞ୍ଜ, ପ୍ରକଳ୍ପ ପ୍ରଶାସକ, ସ୍ଵମନିତ ଅଧିବାସୀ ଉନ୍ନୟନ ସଂସ୍ଥା ଅଧିକାରୀ ଶ୍ରୀ ଫାଲଗୁନୀ ମାଝୀ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
ଏହି ଶୁଣାଣୀ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ସମେତ କେରାଣ୍ଡି , କତଲକଇଠା , ବାଘଶାଳା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ଗ୍ରାମ ପଞ୍ଚାୟତର ମୋଟ ୩୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୦ ଗୋଟି ଓ ଗ୍ରାମ ଭିତ୍ତିକ ସମସ୍ୟା- ୯ ଟି ଆସିଥିଲା । ଉଭୟ ମଧ୍ୟରୁ ୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା । ତିନି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୨୦୦୦/- ଟଙ୍କା ପ୍ରଦାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ବ୍ୟାଙ୍କ ଲୋନ୍ , ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ପଣ୍ଡା ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗ\’କୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ , ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ରଥଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031